Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗଜପତିର ଯୁବତୀଙ୍କ ଅଶ୍ଳୀଳ ଫଟୋ ଓ ଭିଡିଓ ଭାଇରାଲ ମାମଲାରେ ବାଲେଶ୍ୱରରୁ ଯୁବକ ଗିରଫ

ପାରଳାଖେମୁଣ୍ଡି:୨୧/୯(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ଜଣେ ଯୁବତୀଙ୍କ ଅଶ୍ଳୀଳ ଫଟୋ ଓ ଭିଡ଼ିଓ ସୋସିଆଲ ମିଡ଼ିଆରେ ପୋଷ୍ଟ କରି ଧମକଚମକ ଦେବା ମାମଲାରେ ପାରଳାଖେମୁଣ୍ଡି ସାଇବର କ୍ରାଇମ୍ ଓ ଇକୋନୋମିକ୍ ଅଫେନ୍ସ ଥାନା ପୁଲିସ ବାଲେଶ୍ଵର ଜିଲ୍ଲାରୁ ଜଣେ ଯୁବକକୁ ଗିରଫ କରିଛନ୍ତି. ଗିରଫ ଯୁବକ ହେଲେ ସୋର ଥାନା ଅନ୍ତର୍ଗତ ନୂଆପୁର ଗ୍ରାମର ଭରତ କୁମାର ମହାରଣା (୩୪). ଗଜପତି ଜିଲ୍ଲା ରାମଗିରି ଥାନା ଅଞ୍ଚଳର ଯୁବତୀ (୨୨) ଜଣକ ୨୦୨୩ରେ ଚାକିରି ଅନ୍ବେଷଣରେ ଚେନ୍ନାଇ ଯାଇଥିଲେ। ସେଠାରେ ଏକ ସପିଂମଲ୍‌ରେ କାମ କରୁଥିବା ବେଳେ ଭରତ ସହ ତାଙ୍କର ପରିଚୟ ହୋଇଥିଲା ଏବଂ ପରବର୍ତ୍ତୀ ସମୟରେ ଉଭୟଙ୍କ ମଧ୍ୟରେ ସଂପର୍କ ଗଢ଼ି ଉଠିଥିଲା। ପ୍ରାୟ ଦୁଇ ବର୍ଷ ପରେ ଯୁବତୀଜଣକ ଗତବର୍ଷ ନଭେମ୍ବରରେ ନିଜ ଗାଁକୁ ଫେରିଆସିଥିଲେ | ତେବେ ଭରତ ତାଙ୍କୁ ପୁଣି ଡାକିବାରୁ ସେ ମନା କରିଥିଲେ । ଏଥିରେ ଭରତ ଉତ୍‌କ୍ଷିପ୍ତ ହୋଇ ତାଙ୍କୁ ଫୋନ୍‌ରେ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହ ହତ୍ୟା ଧମକ ଦେଇଥିଲା। ଏଥିସହ ଯୁବତୀଙ୍କ ଫଟୋ ଓ ଭିଡିଓ ବିଭିନ୍ନ ସୋସିଆଲ ମିଡ଼ିଆରେ ଭାଇରାଲ କରିଥିଲା | ପ୍ରାୟ ୪ ମାସ ପୂର୍ବେ ଯୁବତୀଜଣକ ସାଇବର ଥାନାରେ ଅଭିଯୋଗ କରିଥିଲେ | ପୁଲିସର ହସ୍ତକ୍ଷେପ ପରେ ଅଭିଯୁକ୍ତର ସୋସିଆଲ ମିଡ଼ିଆ ଆକାଉଣ୍ଟକୁ ଦୁଇଥର ଡିଲିଟ କରାଯାଇଥିଲା। ଅଭିଯୁକ୍ତ ପୁଣି ନୂଆ ଆକାଉଣ୍ଟ୍ ଖୋଲି ଯୁବତୀଙ୍କ ଫଟୋ ଓ ଭିଡିଓ ପୋଷ୍ଟ୍ କରିଥିଲା। ତେଣୁ ଭରତକୁ ଗଜପତି ପୋଲିସ ଗିରଫ କରିଥିବା ବେଳେ ତା’ଠାରୁ ଦୁଇଟି ମୋବାଇଲ ଜବତ କରିଛନ୍ତି. ଗତକାଲି ଅପରାହ୍ନରେ ଭରତକୁ ଆଜି କୋର୍ଟ ଚାଲାଣ କରାଯାଇଥିବା ପାରଳାଖେମୁଣ୍ଡି ସାଇବର ଥାନାଧିକାରୀ ଟୁନା ଶବର ପ୍ରକାଶ କରିଛନ୍ତି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ମୋହନା ବ୍ଲକ ଅନ୍ତର୍ଗତ ତାରମାଳ ଗ୍ରାମରେ ଗୁହାଳରେ ବଳଦବାନ୍ଧୁଥିବା ବେଳେ ବଜ୍ରାଘାତ, ବୃଦ୍ଧ ଓ ବଳଦ ମୃତ ପାରଳାଖେମୁଣ୍ଡି:୨୧/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ତରାମାଳ ଗ୍ରାମରେ ଶୁକ୍ରବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା ଘଟିଛି। ପ୍ରବଳ ବର୍ଷା ସହ ବଜ୍ରପାତ ଯୋଗୁଁ ଜଣେ ୭୦ ବର୍ଷୀୟ ବୃଦ୍ଧ ଓ ତାଙ୍କ ବଳଦର ମୃତ୍ୟୁ ଘଟିଛି। ମୃତ ବୃଦ୍ଧ ହେଲେ ତରାମାଳ ଗ୍ରାମର ଜାବି ମଳିକ। ସୂଚନା ଅନୁଯାୟୀ, ଅପରାହ୍ନରେ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘନ ଘନ ବଜ୍ରପାତ ହେଉଥିଲା। ପ୍ରତିଦିନ ଭଳି ଜାବି ମଳିକ ଗୋରୁ ଚରାଇ ଘରକୁ ଫେରିଥିଲେ। ବର୍ଷା ବଢ଼ିବାରୁ ସେ ନିଜ ବଳଦକୁ ଗୁହାଳରେ ବାନ୍ଧୁଥିବା ବେଳେ ହଠାତ୍ ଏକ ପ୍ରଚଣ୍ଡ ବଜ୍ରପାତ ହୋଇଥିଲା। ବଜ୍ରାଘାତରେ ବୃଦ୍ଧ ଓ ବଳଦ ଗୁରୁତର ଭାବେ ପ୍ରଭାବିତ ହୋଇ ଘଟଣାସ୍ଥଳରେ ହିଁ ପ୍ରାଣ ହରାଇଥିଲେ।ପ୍ରଚଣ୍ଡ ଶବ୍ଦ ଶୁଣି ପରିବାର ଲୋକ ଓ ଗ୍ରାମବାସୀ ଦୌଡ଼ି ଆସିଥିଲେ। ସେମାନେ ବୃଦ୍ଧ ଓ ବଳଦକୁ ନିଷ୍ପ୍ରାଣ ଅବସ୍ଥାରେ ପଡ଼ିଥିବା ଦେଖିଥିଲେ। ଘଟଣା ପରେ ଗ୍ରାମରେ ଶୋକର ଛାୟା ଖେଳିଯାଇଛି।ଖବର ପାଇ ସ୍ଥାନୀୟ ଲୋକେ ପ୍ରଶାସନକୁ ସୂଚନା ଦେଇଥିବା ବେଳେ ବାର୍ତ୍ତା ଲେଖାହେବା ସୁଦ୍ଧା କୌଣସି ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ନଥିବା ଜଣାପଡ଼ିଛି। ମୃତକଙ୍କ ପରିବାରକୁ ସରକାରୀ ସହାୟତା ପ୍ରଦାନ କରିବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି।