Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗଜପତିର ଗୋଷାଣି ବ୍ଲକ୍ ଅନ୍ତର୍ଗତ ଗୁରାଣ୍ଡି ଗ୍ରାମର ସର୍ମିଷ୍ଠା ରାଉତପଶ୍ଚିମବଙ୍ଗର AIIMS ରୁ MBBS ରେ ସ୍ୱର୍ଣ୍ଣପଦକ ହାସଲ କଲେ

ପାରଳାଖେମୁଣ୍ଡି:୨୧/୯(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ଗୋଷାଣି ବ୍ଲକ୍ ଅନ୍ତର୍ଗତ ଗୁରାଣ୍ଡି ଗ୍ରାମ ପାଇଁ ଏକ ଗର୍ବ ଓ ଆନନ୍ଦର ଖବର। ଗୁରାଣ୍ଡି ଗ୍ରାମର ଝିଅ ସର୍ମିଷ୍ଠା ରାଉତ ପଶ୍ଚିମବଙ୍ଗର ଅଲ୍ ଇଣ୍ଡିଆ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ (AIIMS), କଲ୍ୟାଣୀରୁ MBBS ଡିଗ୍ରୀ ହାସଲ କରିବା ସହିତ ତାଙ୍କ ଉତ୍କୃଷ୍ଟ ଶିକ୍ଷାଗତ ପ୍ରଦର୍ଶନ ପାଇଁ ସ୍ୱର୍ଣ୍ଣପଦକ ହାସଲ କରିଛନ୍ତି।MBBS ପାଠ୍ୟକ୍ରମ ସମୟରେ ସର୍ମିଷ୍ଠା ଏକାଧିକ ପ୍ରମୁଖ ବିଷୟରେ ଉତ୍କୃଷ୍ଟ ପ୍ରଦର୍ଶନ କରିଛନ୍ତି। Anatomy, Biochemistry, Pathology ଓ Toxicology ସମେତ ବିଭିନ୍ନ ବିଷୟରେ ସେ ପ୍ରଥମ ସ୍ଥାନ ଅଧିକାର କରିଥିବା ତାଙ୍କ ଶିକ୍ଷାଗତ ଉତ୍କର୍ଷର ପରିଚୟ ଦେଇଛି। MBBS ଶିକ୍ଷାରେ ଏପରି ଉଲ୍ଲେଖନୀୟ ସଫଳତା ହାସଲ କରି ସର୍ମିଷ୍ଠା ନିଜ ପରିବାର ସହିତ ଗୁରାଣ୍ଡି ଗ୍ରାମ ଓ ଗଜପତି ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି।ସର୍ମିଷ୍ଠାଙ୍କ ପିତା ଇଞ୍ଜିନିୟର ଶ୍ରୀ ସୁରେନ୍ଦ୍ର ରାଉତ ଜଣେ Electrical Engineer ଏବଂ ମାତା ଡା. କୃଷ୍ଣା ପାତ୍ର ଜଣେ Professor of Ophthalmology। ଉଭୟଙ୍କ ଶିକ୍ଷା ଓ ପେଶାଗତ ଜୀବନ ଉଚ୍ଚଶିକ୍ଷା ସହିତ ଜଡ଼ିତ। ବର୍ତ୍ତମାନ ଉଭୟେ ଭୁବନେଶ୍ୱରରେ ରହୁଥିଲେ ମଧ୍ୟ ଗୁରାଣ୍ଡି ଗ୍ରାମ ସହିତ ସେମାନଙ୍କର ଗଭୀର ସମ୍ପର୍କ ରହିଛି।ସର୍ମିଷ୍ଠାଙ୍କ ପରିବାରର ଦୁଇ ଝିଅଙ୍କ ମଧ୍ୟରୁ ବଡ଼ ଝିଅ ମଧ୍ୟ ଚିକିତ୍ସା କ୍ଷେତ୍ରରେ ନିଜର କ୍ୟାରିୟର ଗଢ଼ିଛନ୍ତି। ସେ ବର୍ତ୍ତମାନ ଏକ ଘରୋଇ ହସ୍ପିଟାଲରେ Assistant Professor in Pathology ଭାବେ କାର୍ଯ୍ୟରତ ଅଛନ୍ତି। ଏବେ ସର୍ମିଷ୍ଠା ମଧ୍ୟ ଚିକିତ୍ସା ବିଜ୍ଞାନରେ ଉଚ୍ଚଶିକ୍ଷା ଜାରି ରଖିବାକୁ ପ୍ରସ୍ତୁତି ଜାରି ରଖିଛନ୍ତି.ସର୍ମିଷ୍ଠାଙ୍କ ଏହି ସଫଳତା ବିଶେଷକରି ଗ୍ରାମାଞ୍ଚଳର ଛାତ୍ରଛାତ୍ରୀ ଓ ଯୁବପିଢ଼ି ପାଇଁ ଏକ ପ୍ରେରଣାର ବିଷୟ ହୋଇଛି। ସର୍ମିଷ୍ଠା ରାଉତଙ୍କ ଏହି ସଫଳତାରେ ଗୁରାଣ୍ଡି ଗ୍ରାମବାସୀ, ଶୁଭେଚ୍ଛୁ, SKCG ହାଇସ୍କୁଲ୍‌ର ପୁରାତନ ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀ ଖୁସି ପ୍ରକାଶ କରିବା ସହ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଆଗାମୀ ଦିନରେ ସେ ଚିକିତ୍ସା କ୍ଷେତ୍ରରେ ଆହୁରି ଉଚ୍ଚ ସଫଳତା ହାସଲ କରି ନିଜ ଗ୍ରାମ ଓ ଅଞ୍ଚଳର ନାମ ଉଜ୍ଜ୍ୱଳ କରନ୍ତୁ ବୋଲି ସମସ୍ତେ ଶୁଭକାମନା ଜଣାଇଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ମୋହନା ବ୍ଲକ ଅନ୍ତର୍ଗତ ତାରମାଳ ଗ୍ରାମରେ ଗୁହାଳରେ ବଳଦବାନ୍ଧୁଥିବା ବେଳେ ବଜ୍ରାଘାତ, ବୃଦ୍ଧ ଓ ବଳଦ ମୃତ ପାରଳାଖେମୁଣ୍ଡି:୨୧/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ତରାମାଳ ଗ୍ରାମରେ ଶୁକ୍ରବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା ଘଟିଛି। ପ୍ରବଳ ବର୍ଷା ସହ ବଜ୍ରପାତ ଯୋଗୁଁ ଜଣେ ୭୦ ବର୍ଷୀୟ ବୃଦ୍ଧ ଓ ତାଙ୍କ ବଳଦର ମୃତ୍ୟୁ ଘଟିଛି। ମୃତ ବୃଦ୍ଧ ହେଲେ ତରାମାଳ ଗ୍ରାମର ଜାବି ମଳିକ। ସୂଚନା ଅନୁଯାୟୀ, ଅପରାହ୍ନରେ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘନ ଘନ ବଜ୍ରପାତ ହେଉଥିଲା। ପ୍ରତିଦିନ ଭଳି ଜାବି ମଳିକ ଗୋରୁ ଚରାଇ ଘରକୁ ଫେରିଥିଲେ। ବର୍ଷା ବଢ଼ିବାରୁ ସେ ନିଜ ବଳଦକୁ ଗୁହାଳରେ ବାନ୍ଧୁଥିବା ବେଳେ ହଠାତ୍ ଏକ ପ୍ରଚଣ୍ଡ ବଜ୍ରପାତ ହୋଇଥିଲା। ବଜ୍ରାଘାତରେ ବୃଦ୍ଧ ଓ ବଳଦ ଗୁରୁତର ଭାବେ ପ୍ରଭାବିତ ହୋଇ ଘଟଣାସ୍ଥଳରେ ହିଁ ପ୍ରାଣ ହରାଇଥିଲେ।ପ୍ରଚଣ୍ଡ ଶବ୍ଦ ଶୁଣି ପରିବାର ଲୋକ ଓ ଗ୍ରାମବାସୀ ଦୌଡ଼ି ଆସିଥିଲେ। ସେମାନେ ବୃଦ୍ଧ ଓ ବଳଦକୁ ନିଷ୍ପ୍ରାଣ ଅବସ୍ଥାରେ ପଡ଼ିଥିବା ଦେଖିଥିଲେ। ଘଟଣା ପରେ ଗ୍ରାମରେ ଶୋକର ଛାୟା ଖେଳିଯାଇଛି।ଖବର ପାଇ ସ୍ଥାନୀୟ ଲୋକେ ପ୍ରଶାସନକୁ ସୂଚନା ଦେଇଥିବା ବେଳେ ବାର୍ତ୍ତା ଲେଖାହେବା ସୁଦ୍ଧା କୌଣସି ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ନଥିବା ଜଣାପଡ଼ିଛି। ମୃତକଙ୍କ ପରିବାରକୁ ସରକାରୀ ସହାୟତା ପ୍ରଦାନ କରିବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି।