Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କୋକସରା ବ୍ଲକରେ ଜିଲ୍ଲାସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ।

କଳାହାଣ୍ଡି,୨୧/୦୯
ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଜନସାଧାରଣଙ୍କ ଅଭିଯୋଗର ତ୍ୱରିତ ଓ ଗୁଣାତ୍ମକ ସମାଧାନ ନିମନ୍ତେ ସୋମବାର କୋକସରା ବ୍ଲକ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।କଳାହାଣ୍ଡି ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ତାରା ଜସ୍ମିନ୍ ଗୁଡ଼ିଆ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଆୟୋଜିତ ଏହି ଶିବିରରେ ଉପ ନିର୍ଦ୍ଦେଶକ ଯୋଜନା ଏବଂ ସ୍ଵମନ୍ନୟ ଶ୍ରୀକାନ୍ତ ଦଳେଇ, ସିଡିଏମଓ ଡ଼ ହରେକୃଷ୍ଣ ଶତପଥୀ , କୋକସରା ଗୋଷ୍ଠୀ ଉନ୍ନୟନ ଅଧିକାରି ଡ. ହିମାଞ୍ଚଳ ମାଝୀ,କୋକସରା ତହସିଲଦାର ଚୋଡ଼ଗଙ୍ଗ ପ୍ରଧାନ ଙ୍କ ସମେତ ଜିଲ୍ଲା ର ବିଭିନ୍ନ ବିଭାଗର ଜିଲ୍ଲା ଓ ବ୍ଲକ ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗ ଶୁଣାଣି କରିଥିଲେ।ଜନ ଅଭିଯୋଗ ଶୁଣାଣି ଶିବିରରେ ମୋଟ ୩୭ ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୨୪ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୧୨ଟି ସାମୂହିକ ଅଭିଯୋଗ ରହିଥିଲା। ଗ୍ରହଣ କରାଯାଇଥିବା ଅଭିଯୋଗ ମଧ୍ୟରୁ ୪ଟି ଅଭିଯୋଗର ତତ୍କାଳ ସମାଧାନ ଘଟଣାସ୍ଥଳରେ କରାଯାଇଥିଲା। ଜଣେ ହିତାଧିକାରୀ ଙ୍କୁ ରେଡକ୍ରସ ପାଣ୍ଠିରୁ ଚିକିତ୍ସା ବାବଦ ସହାୟତା ପ୍ରଦାନ କରାଗଲା। ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଅଭିଯୋଗ ଗୁଡ଼ିକର ତ୍ୱରିତ, ନ୍ୟାୟସଙ୍ଗତ ଓ ଗୁଣାତ୍ମକ ଫଇସଲା କରିବା ପାଇଁ ସମ୍ପୃକ୍ତ ଅଧିକାରୀମାନଙ୍କୁ ଦାୟିତ୍ୱ ଦିଆଯାଇଛି। ବ୍ଲକ ସାମାଜିକ ସୁରକ୍ଷା ବିଭାଗ ତରଫରୁ ୨ ଜଣ ଦିବ୍ୟାଙ୍ଗଙ୍କୁ ହ୍ୱିଲ ଚେୟାର ପ୍ରଦାନ କରାଯାଇଥିଲା।କାର୍ଯ୍ୟକ୍ରମ କୁ କୋକସରା ବ୍ଲକ କାର୍ଯ୍ୟାଳୟ ର ଅଧିକାରୀ, ପଞ୍ଚାୟତ କର୍ମଚାରୀ ମାନେ ଉପସ୍ଥିତ ରହି ଅଭିଯୋଗ ନେଇ ଆସିଥିବା ହିତାଧିକାରୀ ଙ୍କ ରେଜିଷ୍ଟ୍ରେସନ ସହ ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥା ରେ ସହଯୋଗ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ