Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଅମର ପାଲି ରେ ନୂଆଁଖାଇ ଭେଟ ଘାଟ ଅନୁଷ୍ଠିତ

ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ଗ୍ରାମରେ ନ୍ୟୁଷ୍ଟାର କ୍ଲବ୍ ଆନୁକୂଲ୍ୟରେ ନୂଆଁଖାଇ ଭେଟଘାଟ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠିତ ସଭାରେ ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା ମୁଖ୍ୟ ଅତିଥି ଏବଂ ପ୍ରଫୁଲ୍ଲ ଦନ୍ତା,ସୁବଳୟା ମଣ୍ଡଳ ଭାଜପା ସଭାପତି ଅଶୋକ କୁମାର ସାହୁ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଏହି ଅବସରରେ ପୂର୍ବରୁ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ସମସ୍ତ ବର୍ଗକୁ ନେଇ ବିଭିନ୍ନ ଖେଳ ଓ ପ୍ରତିଯୋଗିତା ର ଆୟୋଜନ କରାଯାଇଥିଲା। ସଭାପରେ ସ୍ଥାନୀୟ ଛାତ୍ରୀମାନଙ୍କ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ରାତିରେ ଶବର ଶବରୁଣୀ ସୁଆଙ୍ଗ ଦଣ୍ଡ ନୃତ୍ୟ ପରିବେଷଣ କରାଯାଇଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ