ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ 


ଭୁବନେଶ୍ବର: ଆଜି ବାହାରିବ ଯୁକ୍ତ ଦୁଇ କଳା ରେଜଲ୍ଟ। ଯୁକ୍ତ ଦୁଇ କଳା ସହ ଧନ୍ଦାମୂଳକ ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ । ଆଜି ଅପରାହ୍ନ ୪ଟାରେ ରେଜଲ୍ଟ ବାହାରିବା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ପରୀକ୍ଷା ମାର୍ଚ୍ଚ ୧ରୁ ଆରମ୍ଭ ହୋଇ ଏପ୍ରିଲ ୫ରେ ଶେଷ ହୋଇଥିଲା।

ବୁକଲେଟ ଜାରି ହେବା ପରେ ୱେବସାଇଟରେ ରେଜଲ୍ଟ ଉପଲବ୍ଧ ହେବ। ଛାତ୍ରଛାତ୍ରୀ www.orissaresults.nic.inରେ ନିଜ ରେଜଲ୍ଟ ଜାଣିପାରିବେ । ଚଳିତ ବର୍ଷ ଯୁକ୍ତ ଦୁଇ କଳାରେ ୨ଲକ୍ଷ ୧୯ ହଜାରରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ଧନ୍ଦାମୂଳକ ଶିକ୍ଷାରେ ବି ୫ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ଏହାପୂର୍ବରୁ ଯୁକ୍ତ ଦୁଇ ବାଣିଜ୍ୟ ଓ ବିଜ୍ଞାନ ଫଳାଫଳ ପ୍ରକାଶ ପାଇ ସାରିଛି ।