Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଝାରସୁଗୁଡ଼ା ଜିଲ୍ଲାର ନୂତନ ଏଡିଏମ୍‌ (ରାଜସ୍ୱ) ଭାବେ ସୁବୋଧ ଆଚାର୍ଯ୍ୟଙ୍କ ଯୋଗଦାନ, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବିଭିନ୍ନ ବିଭାଗ ପରିଦର୍ଶନ

ଝାରସୁଗୁଡ଼ା ଜିଲ୍ଲାର ନୂତନ ଏଡିଏମ୍‌ (ରାଜସ୍ୱ) ଭାବେ ସୁବୋଧ ଆଚାର୍ଯ୍ୟଙ୍କ ଯୋଗଦାନ, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବିଭିନ୍ନ ବିଭାଗ ପରିଦର୍ଶନ
ଝାରସୁଗୁଡ଼ା, ୨୩/୯ (ଓଡିଶା ନ୍ୟୁଜ): ଝାରସୁଗୁଡ଼ା ଜିଲ୍ଲାର ନୂତନ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଭାବେ ବରିଷ୍ଠ ପ୍ରଶାସନିକ ଅଧିକାରୀ ଶ୍ରୀ ସୁବୋଧ ଚନ୍ଦ୍ର ଆଚାର୍ଯ୍ୟ ବୁଧବାର ପୂର୍ବାହ୍ନରେ ଆନୁଷ୍ଠାନିକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ ଭୁବନେଶ୍ୱରସ୍ଥିତ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷରେ ମୁଖ୍ୟ ମହାପ୍ରବନ୍ଧକ ଭାବେ କାର୍ଯ୍ୟରତ ଥିଲେ।
ଦାୟିତ୍ୱ ଗ୍ରହଣ ପରେ ଅପରାହ୍ନରେ ଶ୍ରୀ ଆଚାର୍ଯ୍ୟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ବିଭିନ୍ନ ବିଭାଗ ଓ ଶାଖା ପରିଦର୍ଶନ କରି କାର୍ଯ୍ୟପ୍ରଣାଳୀ ସମ୍ପର୍କରେ ଅବଗତ ହୋଇଥିଲେ। ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କ ସହ ଆଲୋଚନା କରି ସରକାରୀ ସେବା ତଥା ରାଜସ୍ୱ ସମ୍ପର୍କିତ କାର୍ଯ୍ୟକୁ ଅଧିକ ତ୍ୱରାନ୍ୱିତ, ସ୍ୱଚ୍ଛ ଓ ଲୋକାଭିମୁଖୀ କରିବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ବିଶେଷ କରି ଜନ ସାଧାରଣଙ୍କ ସମସ୍ୟାର ତ୍ୱରିତ ସମାଧାନ ଏବଂ ସରକାରୀ ସେବା ପ୍ରଦାନରେ ଉନ୍ନତି ପାଇଁ ବିଭିନ୍ନ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବାକୁ ସେ ଅଧିକାରୀ ଓ କର୍ମଚାରୀଙ୍କୁ ପରାମର୍ଶ ଦେଇଥିଲେ।
ପରିଦର୍ଶନ ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories