Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବେଲପଡ଼ା ବ୍ଲକ୍ ମଣ୍ଡଳ ସରପଞ୍ଚ ସରୋଜ କୁମାର ସେଠଙ୍କ ପରଲୋକ; ରାୟପୁର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ ।

ବଲାଙ୍ଗିର,୨୪।୯: ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଲକ୍ ମଣ୍ଡଳ ଗ୍ରାମପଞ୍ଚାୟତର ସରପଞ୍ଚ ଶ୍ରୀଯୁକ୍ତ ସରୋଜ କୁମାର ସେଠଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ଦୀର୍ଘ ଦିନରୁ ଅସୁସ୍ଥତା ଘେରି ରହିଥିଲା।
ମିଳିଥିବା ସୂଚନା ଅନୁଯାୟୀ, ଶ୍ରୀ ସେଠ ଗତ ୮ ରୁ ୧୦ ମାସ ହେବ ଗୁରୁତର ନିମୋନିଆ ରୋଗରେ ପୀଡ଼ିତ ଥିଲେ। ସ୍ୱାସ୍ଥ୍ୟାବସ୍ଥା ଅଧିକ ବିଗିଡ଼ିବାରୁ କିଛି ଦିନ ହେବ ତାଙ୍କୁ ଛତିଶଗଡ଼ର ରାୟପୁର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ରାତି ପ୍ରାୟ ୯ ଟା ସମୟରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।
ତାଙ୍କ ଅକାଳ ବିୟୋଗରେ ମଣ୍ଡଳ ପଞ୍ଚାୟତ ସହିତ ସମଗ୍ର ବେଲପଡ଼ା ବ୍ଲକ୍ ଅଞ୍ଚଳରେ ଗଭୀର ଶୋକର ଛାୟା ଖେଳିଯାଇଛି। ଜଣେ ଜନପ୍ରିୟ ତଥା ନିଷ୍ଠାପର ଜନପ୍ରତିନିଧି ଭାବେ ସେ ଅଞ୍ଚଳରେ ବେଶ୍ ପରିଚିତ ଥିଲେ। ତାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ବିଭିନ୍ନ ମହଲରୁ ଶୋକପ୍ରକାଶ କରାଯାଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories