Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାରଳାଖେମୁଣ୍ଡି ସ୍ଥିତ ବିଜୁପଟ୍ଟନାୟକ କଲ୍ଯାଣ ମଣ୍ଡପ ଠାରେ ଗଜପତି ଜିଲ୍ଲାରେ ସମବାୟସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି ସ୍ଥିତ ବିଜୁପଟ୍ଟନାୟକ କଲ୍ଯାଣ ମଣ୍ଡପ ଠାରେ ଗଜପତି ଜିଲ୍ଲାରେ ସମବାୟସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ କାର୍ଯ୍ୟକ୍ରମ ଅନୁଷ୍ଠିତ
ପାରଳାଖେମୁଣ୍ଡି:୨୫/୯(ଆନିସ)ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ ଅନ୍ତର୍ଗତ ଏକ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ସମବାୟ ବିଭାଗ ପକ୍ଷରୁ ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲ, ଉପଜିଲ୍ଲାପାଳ, ପାରଳାଖେମୁଣ୍ଡି ସୁଶ୍ରୀ ଭାଗବତ ସାମଲ କଲ୍ୟାଣ ରାଓ, ବ୍ରହ୍ମପୁର ସାଂସଦଙ୍କ ପ୍ରତିନିଧି ଶ୍ରୀ ରାମ ପ୍ରସାଦ ରକମ, ପାରଳାଖେମୁଣ୍ଡି ବିଧାୟକଙ୍କ ପ୍ରତିନିଧି ଶ୍ରୀ ଏସ. ବାଲାରାଜୁ, ଜିଲ୍ଲା କୃଷକ ସଂଘ ସଭାପତି ଶ୍ରୀ ସୂର୍ଯ୍ୟନାରାୟଣ ପଟ୍ଟନାୟକ, ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ଶ୍ରୀ ପ୍ରଶାନ୍ତ କୁମାର ପାଳ, ଜିଲ୍ଲା ସମବାୟ ସମିତି ନିବନ୍ଧକ ଶ୍ରୀ ହରିହର ସେଠ୍, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଶ୍ରୀ ଏମ.ପ୍ରକାଶ ରାଓ, ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଶ୍ରୀ ତୁଷାରେନ୍ଧୁ ନାୟକ, ଉପନିର୍ଦ୍ଦେଶକ ଉଦ୍ୟାନ ବିଭାଗ ଶ୍ରୀ ଦୁଷ୍ମନ୍ତ ବେହେରା, ଜିଲ୍ଲା ମତ୍ସ୍ୟ ସମ୍ପଦ ଅଧିକାରୀ ଶ୍ରୀ ନିରୋଦ ଚନ୍ଦ୍ର ନାୟକ ଏବଂ ଜିଲ୍ଲା ଶିଳ୍ପ ପରିଚାଳକ ଶ୍ରୀ ବିଭୁ ରଞ୍ଜନ ସ୍ୱାଇଁ ପ୍ରମୁଖ ମଞ୍ଚାସୀନ ଥିଲେ।ସମବାୟ କ୍ଷେତ୍ରକୁ ଅଧିକ ସୁଦୃଢ଼ କରିବା ସହ ସମବାୟ ସମିତିଗୁଡ଼ିକରେ ଅଧିକରୁ ଅଧିକ ଲୋକଙ୍କୁ ସଦସ୍ୟ ଭାବେ ସାମିଲ କରିବା ଏହି ଅଭିଯାନର ମୁଖ୍ୟ ଉଦ୍ଦେଶ୍ୟ। ସମବାୟ ସଂସ୍ଥାଗୁଡ଼ିକର କାର୍ଯ୍ୟଧାରା, ସଦସ୍ୟତାର ଗୁରୁତ୍ୱ ଏବଂ ସମବାୟ ମାଧ୍ୟମରେ ମିଳୁଥିବା ବିଭିନ୍ନ ସୁବିଧା ସମ୍ପର୍କରେ ଲୋକଙ୍କୁ ସଚେତନ କରିବା ଉପରେ କାର୍ଯ୍ୟକ୍ରମରେ ଗୁରୁତ୍ୱ ଦିଆଯାଇଥିଲା।
ବିଶେଷକରି କୃଷକ, ମହିଳା, ଯୁବବର୍ଗ ଓ ଗ୍ରାମାଞ୍ଚଳର ଲୋକମାନଙ୍କୁ ସମବାୟ ସମିତିର ସଦସ୍ୟ ହେବା ପାଇଁ ପ୍ରୋତ୍ସାହିତ କରାଯିବ। ସମବାୟ ମାଧ୍ୟମରେ କୃଷି ଋଣ, କୃଷି ସମ୍ବନ୍ଧୀୟ ସେବା, ବିପଣନ ଓ ଅନ୍ୟାନ୍ୟ ଆର୍ଥିକ ସୁବିଧା ପାଇବାର ସୁଯୋଗ ସଦସ୍ୟମାନେ ପାଇପାରିବେ ବୋଲି ଅତିଥିମାନେ କହିଥିଲେ।ଜିଲ୍ଲାର ବିଭିନ୍ନ ସମବାୟ ସଂସ୍ଥା ଓ ପ୍ରାଥମିକ କୃଷି ସମବାୟ ସମିତି ମାଧ୍ୟମରେ ନୂତନ ସଦସ୍ୟ ସଂଗ୍ରହ କରାଯିବା ସହ ସମବାୟର ଲାଭ ଓ କାର୍ଯ୍ୟପ୍ରଣାଳୀ ସମ୍ପର୍କରେ
ଲୋକମାନଙ୍କୁ ସଚେତନ କରାଯିବ। ସମବାୟ କ୍ଷେତ୍ରରେ ଅଧିକ ଜନସମ୍ପୃକ୍ତି ସୃଷ୍ଟି କରି ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଏହି ଅଭିଯାନର ଅନ୍ୟତମ ଲକ୍ଷ୍ୟ ବୋଲି ଅତିଥିମାନେ ପ୍ରକାଶ କରିଥିଲେ।ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ପରେ ରାଜ୍ୟସ୍ତରୀୟ ‘ସମ୍ବନ୍ଧ’ କାର୍ଯ୍ୟକ୍ରମର ସିଧା ପ୍ରସାରଣ କରାଯାଇଥିଲା । କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ କୃଷକ ଭାଇ ଓ ଭଉଣୀମାନେ ଯୋଗଦେଇଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ଗଜପତି ଜିଲ୍ଲା ବିଜେଡି ସଭାପତିଙ୍କ ପୁତ୍ର ଅନୁରୂପ ନାୟକଙ୍କ ଅକାଳ ବିୟୋଗରେ ସାରା ପାରଳା ସହରରେ ଶୋକର ଛାୟା l ପାରଳାଖେମୁଣ୍ଡି:୪/୧୦(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ବିଜେଡି ଜିଲ୍ଲା ସଭାପତି ପ୍ରଦୀପ ନାୟକ’ଙ୍କ ସାନ ପୁଅ ଅନୁରୂପ ନାୟକ’ଙ୍କ ଅକାଳ ବିୟୋଗ ଖବର ପ୍ରଚାରିତ ହେବା ପରେ ସହରରେ ଗଭୀର ଶୋକର ଛାୟା ଖେଳିଯାଇଛି।ଅନୁରୂପଙ୍କ ବିୟୋଗର ଖବର ଯେପରି ପରିବାର ଓ ଆତ୍ମୀୟ-ସ୍ୱଜନଙ୍କ ପାଇଁ ଏକ ବଡ଼ ଆଘାତ ହୋଇଛି, ସେହିପରି ତାଙ୍କୁ ଜାଣିଥିବା ବନ୍ଧୁ, ଶୁଭେଚ୍ଛୁ ଓ ସହରବାସୀଙ୍କ ମଧ୍ୟରେ ମଧ୍ୟ ଗଭୀର ଦୁଃଖ ପ୍ରକାଶ ପାଇଛି। ହସମୁଖ ଚେହେରା, ସରଳ ବ୍ୟବହାର, ମିଷ୍ଟଭାଷୀ ସ୍ୱଭାବ ଓ ସମସ୍ତଙ୍କ ସହ ମିଶି ଚଳିବାର ଗୁଣ ପାଇଁ ଅନୁରୂପ ସ୍ଥାନୀୟ ଅଞ୍ଚଳରେ ଏକ ଆପଣାର ମଣିଷ ଭାବେ ପରିଚିତ ଥିଲେ।ତାଙ୍କ ଅକାଳ ବିୟୋଗର ଖବର ପାଇବା ପରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ, ବରିଷ୍ଠ ସାମ୍ବାଦିକ ଡିଜେନ ପାଢ଼ୀ, ସାମ୍ବାଦିକ ସରୋଜ ବିରୋ, ସାମ୍ବାଦିକ ସନ୍ତୋଷ ପଟ୍ଟନାୟକ, ସାମ୍ବାଦିକ କୃଷ୍ଣ କୁମାର ବେହେରାଙ୍କ ସମେତ ବହୁ ରାଜନୈତିକ, ସାମାଜିକ ଓ ସାମ୍ବାଦିକ ମହଲର ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାର ନିକଟରେ ପହଞ୍ଚି ସମବେଦନା ଜଣାଇଥିଲେ।ଅନୁରୂପଙ୍କ ଶେଷ ଦର୍ଶନ ପାଇଁ ବନ୍ଧୁ, ଆତ୍ମୀୟ, ପରିଚିତ ଓ ଶୁଭେଚ୍ଛୁଙ୍କ ସହ ହଜାର ହଜାର ଲୋକ ତାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ଏକତ୍ରିତ ହୋଇଥିଲେ। ଅନେକଙ୍କ ଆଖିରେ ଲୁହ ଓ ମନରେ ଅବ୍ୟକ୍ତ ବେଦନା ଦେଖିବାକୁ ମିଳିଥିଲା।ପରିଚିତ ମାନେ କହିଛନ୍ତି, ଅନୁରୂପଙ୍କ ବ୍ୟବହାରରେ କେବେ ଅହଂକାର ଦେଖିବାକୁ ମିଳୁନଥିଲା। ସମସ୍ତଙ୍କ ସହ ହସିକଥା ହେବା, ଆବଶ୍ୟକ ସମୟରେ ପାଖରେ ଠିଆ ହେବା ଏବଂ ଛୋଟବଡ଼ ସମସ୍ତଙ୍କୁ ଆପଣାର କରିନେବା ତାଙ୍କ ବ୍ୟକ୍ତିତ୍ୱର ଅନ୍ୟତମ ବିଶେଷତା ଥିଲା। ତେଣୁ ତାଙ୍କ ହଠାତ୍ ବିଦାୟକୁ ଅନେକେ ସହଜରେ ଗ୍ରହଣ କରିପାରୁନାହାନ୍ତି।ବହୁ ବନ୍ଧୁ, ଶୁଭେଚ୍ଛୁ ଓ ସ୍ଥାନୀୟ ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାରକୁ ଭେଟି ଗଭୀର ସମବେଦନା ଜଣାଇଛନ୍ତି। ଏପରି ଜଣେ ମିଷ୍ଟଭାଷୀ ଓ ମେଳାପୀ ଯୁବକଙ୍କ ଅକାଳ ବିୟୋଗ ପରିବାର ସହ ସମଗ୍ର ସହର ପାଇଁ ମଧ୍ୟ ଏକ ଅପୂରଣୀୟ କ୍ଷତି ବୋଲି ଅନେକେ ମତ ପ୍ରକାଶ କରିଛନ୍ତି।ଅନୁରୂପଙ୍କ ଅନ୍ତିମ ଯାତ୍ରାରେ ମଧ୍ୟ ବହୁ ସଂଖ୍ୟକ ବନ୍ଧୁ, ଆତ୍ମୀୟ, ଶୁଭେଚ୍ଛୁ ଓ ସହରବାସୀ ସାମିଲ ହୋଇ ମହେନ୍ଦ୍ର ତନୟା ନଦୀ କୂଳରେ ଥିବା ସ୍ଵର୍ଗଦ୍ଵାର ଶ୍ମଶାନ ଘାଟରେ ତାଙ୍କୁ ଶେଷ ବିଦାୟ ଜଣାଇଥିଲେ। ଏହି ସମୟରେ ସୃଷ୍ଟି ହୋଇଥିବା ଶୋକାକୁଳ ପରିବେଶ ସମସ୍ତଙ୍କୁ ଭାବବିହ୍ୱଳ କରିଦେଇଥିଲା।ଅନୁରୂପ ନାୟକଙ୍କ ବିୟୋଗରେ ପରିବାର ଯେଉଁ ଅପୂରଣୀୟ ଶୂନ୍ୟତାର ସମ୍ମୁଖୀନ ହୋଇଛି, ତାହା କେବେ ପୂରଣ ହେବ ନାହିଁ ବୋଲି ଶୋକାକୁଳ ମହଲରେ ଆଲୋଚନା ହେଉଛି। ଏହି ଦୁଃଖଦ ସମୟରେ ଭଗବାନ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଏହି ଅସୀମ ବେଦନା ସହିବାକୁ ଶକ୍ତି ପ୍ରଦାନ କରନ୍ତୁ ବୋଲି ସମସ୍ତେ ପ୍ରାର୍ଥନା କରିଛନ୍ତି।ଦିବଙ୍ଗତ ଅନୁରୂପ ନାୟକଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରି ସହରବାସୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।