Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାରଳାଖେମୁଣ୍ଡି ସ୍ଥିତ ଟାଉନ ହଲ ଠାରେ ଜିଲ୍ଲାସ୍ତରୀୟ ନୂଆଁଖାଇ ଭେଟଘାଟ୍ ଆୟୋଜିତ – ୨୦୨୬: ସମ୍ବଲପୁରୀ ନୃତ୍ୟରେ ଝୁମିଲେ ଦର୍ଶକ

ପାରଳାଖେମୁଣ୍ଡି:୨୮/୯(ଗରୁଡ଼ ଧ୍ଵଜ ଚୌଧୁରୀ) ପାରଳା ସହରର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ସମଲେଇ ନୃତ୍ୟକଳା ପରିଷଦ ଓ ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା , ସାହିତ୍ୟ ଓ ସଂସ୍କୃତି ବିଭାଗର ମିଳିତ ଆନୁକୂଲ୍ୟରେ ୨୧ତମ ଜିଲ୍ଲା ସ୍ତରୀୟ ନୂଆଁଖାଇ ଭେଟଘାଟ – ୨୦୨୬ ସ୍ଥାନୀୟ ନଗର ଭବନ ( ଟାଉନ ହଲ) ଠାରେ ଅନୁଷ୍ଠିତ ମହାସମାରୋହରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଉଦଘାଟକ ଭାବେ ପାରଳା ପୌର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ ପ୍ରଦୀପ ପ୍ରଜ୍ବଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ରୂପେ ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ,ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ତଥା ଓଡ଼ିଶା ସଂଗୀତ ନାଟକ ଏକାଡେମୀ ସଦସ୍ୟ ଗୁରୁ ରଘୁନାଥ ପାତ୍ର , ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରାପ୍ତ ମଞ୍ଚ ତଥା ସିନେ କଳାକାର ଆଦର୍ଶ ଦାସ ପ୍ରମୁଖ ମଞ୍ଚାସିନ ଥିବା ବେଳେ ଅନୁଷ୍ଠାନର ସଭାପତି ନୃସିଂହ ଚରଣ ପଟ୍ଟନାୟକ ଉଦଘାଟନୀ ସଭାରେ ସଭାପତିତ୍ୱ କରିଥିଲେ। ଅନୁଷ୍ଠାନର ସମ୍ପାଦକ ବାଳକୃଷ୍ଣ ପାଣିଗ୍ରାହୀ ସମ୍ପାଦକୀୟ ବିବରଣୀ ଉପସ୍ଥାପନା କରିଥିଲେ।
ମଞ୍ଚାସିନ ଅତିଥି ମାନେ ନିଜ ବକ୍ତବ୍ୟରେ ଆୟୋଜକ ଅନୁଷ୍ଠାନର ଏହି ଉଦ୍ୟମକୁ ସାଧୁବାଦ ଜଣାଇବା ସହ ଯଦିଓ ଏହା ପଶ୍ଚିମ ଓଡ଼ିଶାର ଗଣପର୍ବ ହୋଇଥିଲେ ମଧ୍ୟ ଉପାନ୍ତ ପାରଳାଖେମୁଣ୍ଡିରେ ଦୀର୍ଘ ଦୁଇ ଦଶନ୍ଧି ରୁ ଉର୍ଦ୍ଧ୍ ଦିନ ଧରି ପାଳନ କରାଯାଉ ଥିବାରୁ ସେମାନେ ଆନନ୍ଦିତ ବୋଲି ପ୍ରକାଶ କରିଥିଲେ। ଏଥି ସହ ପାରଳାର ନୃତ୍ୟ ଭିତ୍ତିକ ଅନୁଷ୍ଠାନ ଶ୍ରୀ ଜଗନ୍ନାଥ ଓଡ଼ିଶୀ କଳା କେନ୍ଦ୍ର , ପଦାମୃତ ନୃତ୍ୟାୟନ ଓ ମିରାକଲ ଡେନ୍ସ ଷ୍ଟୁଡିଓ ଅନୁଷ୍ଠାନ ସମେତ ଆୟୋଜକ ସମଲେଇ ନୃତ୍ୟକଳା ପରିଷଦ ପକ୍ଷରୁ ଆକର୍ଷଣୀୟ ସମ୍ବଲପୁରୀ ନୃତ୍ୟ ପରିବେଷଣ କରିଥିଲେ। ସୁଭାଶିଷ ପତି ସ୍ୱାଗତ ସମ୍ଭାଷଣ ଓ ଅତିଥି ପରିଚୟ ପ୍ରଦାନ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ଆଦର୍ଶ ଦାସ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।ସମସ୍ତ କାର୍ଯ୍ୟକ୍ରମକୁ ଡି.ମୋହନ ରାଓ , ରଘୁନାଥ ପଟ୍ଟନାୟକ , ଡି. ପ୍ରିୟଙ୍କା , ସ୍ୱର୍ଣ୍ଣଲତା ପାତ୍ର , ସୁଧା ରଞ୍ଜନ ପଟ୍ଟନାୟକ, ହରିହର ପଟ୍ଟନାୟକ , ସନ୍ତୋଷ ପାଟ୍ଟଯୋଶୀ , ଭିକି , ନିରଞ୍ଜନ ପ୍ରଭୃତି ପରିଚାଳନାରେ ସହଯୋଗ କରିଥିଲେ। ବିଳମ୍ବିତ ରାତ୍ରୀ ପର୍ଯ୍ୟନ୍ତ ଦର୍ଶକ ମାନେ ସମ୍ବଲପୁରୀ ନୃତ୍ୟରେ ଝୁମି ଉଠିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories