ନର୍ଲାରେ ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣି
କଳାହାଣ୍ଡି,୨୮/୦୯-ନର୍ଲା ବ୍ଲକ ସମ୍ମିଳନୀ କକ୍ଷଠାରେ ଆଜି ଜିଲ୍ଲାସ୍ତରୀୟ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ, ଉତ୍ତର ବନଖଣ୍ଡ ଅଧିକାରୀ ପ୍ରଭାକର ବର୍ମା, ଦକ୍ଷିଣ ବନଖଣ୍ଡ ଅଧିକାରୀ ଆର୍ କଲାଇଭାନନ୍, ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକ ସନ୍ଦୀପ ମାଝୀ, ନର୍ଲା ବିଡିଓ ବିପିନ ବିହାରୀ ଦୀପଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ଓ ବ୍ଲକସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଅଭିଯୋଗ ଶୁଣାଣି କରିଥିଲେ। ଶିବିରରେ ମୋଟ ୪୨ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୨୯ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୧୦ଟି ସାମୁହିକ ଅଭିଯୋଗ ରହିଥିଲା। ସେଥିମଧ୍ୟରୁ ୫ଟି ଅଭିଯୋଗର ତତ୍କାଳ ସମାଧାନ କରାଯିବା ସହିତ ୩ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଚିକିତ୍ସା ସହାୟତା ପ୍ରଦାନ କରାଯାଇଥିଲା। ସେହିପରି ୧୯ ଜଣ ହିତାଧିକାରୀଙ୍କୁ ରେସନ କାର୍ଡ ପ୍ରଦାନ କରାଯାଇଥିଲା।

