Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କୁଥୁର୍ଲା କଲେଜ ପଛପଟ ଜଙ୍ଗଲରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ??

ବଲାଙ୍ଗୀର,୨୯।୯: ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକସ୍ଥିତ କୁଥୁର୍ଲା ଧ୍ରୁବ ଆନନ୍ଦ କଲେଜ ପଛପଟ ଜଙ୍ଗଲ ଅଞ୍ଚଳରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି ହୋଇଛି।
ମିଳିଥିବା ସୂଚନା ଅନୁଯାୟୀ, ଆଜି କଲେଜ ପଛପଟ ଜଙ୍ଗଲ ଭିତରେ ଯୁବକଙ୍କ ମୃତଦେହ ଝୁଲୁଥିବା ଦେଖି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ଖବର ପାଇ ଦେଓଗାଁ ଥାନା ପୁଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି। ତେବେ ଉଦ୍ଧାର ମୃତଦେହଟି କାହାର, ସେ ନେଇ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ପରିଚୟ ମିଳିପାରିନାହିଁ।
ଅନ୍ୟପଟେ, ଘଟଣାସ୍ଥଳର ପାରିପାର୍ଶ୍ୱିକ ସ୍ଥିତିକୁ ନେଇ ଏହା ହତ୍ୟା କିମ୍ବା ଆତ୍ମହତ୍ୟା, ସେ ନେଇ ସନ୍ଦେହ ପ୍ରକାଶ ପାଇଛି। ଘଟଣାର ପ୍ରକୃତ କାରଣ ଅସ୍ପଷ୍ଟ ଥିବା ବେଳେ ପୁଲିସ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ସମ୍ପୃକ୍ତ ଘଟଣାର ଅଧିକ ତଦନ୍ତ ଜାରି ରଖିଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories