Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ମଦ୍ୟପାନ କରି ସାଧାରଣରେ ଉପଦ୍ରଵ ସୃଷ୍ଟି କରିଥିବା ୪ ଜଣ ଯୁବକ ପାରଳା ପୋଲିସ ଦ୍ଵାରା ଗିରଫ

ମଦ୍ୟପାନ କରି ସାଧାରଣରେ ଉପଦ୍ରଵ ସୃଷ୍ଟି କରିଥିବା ୪ ଜଣ ଯୁବକ ପାରଳା ପୋଲିସ ଦ୍ଵାରା ଗିରଫ
ପାରଳାଖେମୁଣ୍ଡି:୨/୧୦(ଗରୁଡ଼ ଧ୍ଵଜ ଚୌଧୁରୀ)
ଗତକାଲି ରାତ୍ରିରେ ପାରଳାଖେମୁଣ୍ଡି ପୋଲିସ ପକ୍ଷରୁ ନିୟମିତ ରାତ୍ରି ପାଟ୍ରୋଲିଂ ସମୟରେ ରାଣୀପେଣ୍ଠ ଜଙ୍କସନ୍ ମୁଖ୍ୟ ରାସ୍ତାର ସର୍ବସାଧାରଣ ସ୍ଥାନରେ ମଦ୍ୟପାନ କରି ଜନସାଧାରଣଙ୍କ ପାଇଁ ଉପଦ୍ରବ ସୃଷ୍ଟି କରୁଥିବା ଅବସ୍ଥାରେ କେ. ୟାଦଗିରି (୨୩), କେ. ପବନ (୨୪), ଏସ୍. ଶିବା କୁମାର (୨୭) ଓ ପି. ଦିଲୀପ କୁମାର (୨୫), ପ୍ରମୁଖ 4 ଜଣଙ୍କୁ ଗିରଫ କରାଯାଇଛି. ସମସ୍ତେ ରାଣୀପେଣ୍ଠ ଗ୍ରାମ ଅଟନ୍ତି. ପାରଳାଖେମୁଣ୍ଡି ପୋଲିସ ଏହି ୪ ଜଣଙ୍କୁ ଅଟକ ରଖି ସମସ୍ତଙ୍କର ଡାକ୍ତରୀ ପରୀକ୍ଷା ଓ ବ୍ରେଥ୍ ଆନାଲାଇଜର୍ ପରୀକ୍ଷା କରାଯାଇ ସେମାନେ ମଦ୍ୟପାନ କରିଥିବା ନିଶ୍ଚିତ ହୋଇଥିଲା। ପରବର୍ତ୍ତୀ ସମୟରେ ସେମାନଙ୍କ ଠାରୁ ବ୍ୟକ୍ତିଗତ ବଣ୍ଡ ନିଆଯାଇ ଧାରା ୨୯୨ ବିଏନଏସଏସ ଅନୁଯାୟୀ ସକ୍ଷମ ଅଦାଲତରେ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରୋସିକ୍ୟୁସନ୍ ରିପୋର୍ଟ ଦାଖଲ କରାଯାଇଛି। ସର୍ବସାଧାରଣ ସ୍ଥାନରେ ମଦ୍ୟପାନ କରି ଶାନ୍ତିଶୃଙ୍ଖଳା ଭଙ୍ଗ କରିବା ଓ ଜନସାଧାରଣଙ୍କୁ ଅସୁବିଧା ସୃଷ୍ଟି କରିବା ବିରୋଧରେ ପାରଳାଖେମୁଣ୍ଡି ପୋଲିସ ପକ୍ଷରୁ କଠୋର ଆଇନଗତ କାର୍ଯ୍ୟାନୁଷ୍ଠାନ ଜାରି ରହିବ ଏବଂ ସହରର ପ୍ରମୁଖ ଛକ ଓ ସର୍ବସାଧାରଣ ସ୍ଥାନଗୁଡ଼ିକରେ ନିୟମିତ ପାଟ୍ରୋଲିଂ ଓ ନଜରଦାରି ଜାରି ରହିବ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ଗଜପତି ଜିଲ୍ଲା ବିଜେଡି ସଭାପତିଙ୍କ ପୁତ୍ର ଅନୁରୂପ ନାୟକଙ୍କ ଅକାଳ ବିୟୋଗରେ ସାରା ପାରଳା ସହରରେ ଶୋକର ଛାୟା l ପାରଳାଖେମୁଣ୍ଡି:୪/୧୦(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ବିଜେଡି ଜିଲ୍ଲା ସଭାପତି ପ୍ରଦୀପ ନାୟକ’ଙ୍କ ସାନ ପୁଅ ଅନୁରୂପ ନାୟକ’ଙ୍କ ଅକାଳ ବିୟୋଗ ଖବର ପ୍ରଚାରିତ ହେବା ପରେ ସହରରେ ଗଭୀର ଶୋକର ଛାୟା ଖେଳିଯାଇଛି।ଅନୁରୂପଙ୍କ ବିୟୋଗର ଖବର ଯେପରି ପରିବାର ଓ ଆତ୍ମୀୟ-ସ୍ୱଜନଙ୍କ ପାଇଁ ଏକ ବଡ଼ ଆଘାତ ହୋଇଛି, ସେହିପରି ତାଙ୍କୁ ଜାଣିଥିବା ବନ୍ଧୁ, ଶୁଭେଚ୍ଛୁ ଓ ସହରବାସୀଙ୍କ ମଧ୍ୟରେ ମଧ୍ୟ ଗଭୀର ଦୁଃଖ ପ୍ରକାଶ ପାଇଛି। ହସମୁଖ ଚେହେରା, ସରଳ ବ୍ୟବହାର, ମିଷ୍ଟଭାଷୀ ସ୍ୱଭାବ ଓ ସମସ୍ତଙ୍କ ସହ ମିଶି ଚଳିବାର ଗୁଣ ପାଇଁ ଅନୁରୂପ ସ୍ଥାନୀୟ ଅଞ୍ଚଳରେ ଏକ ଆପଣାର ମଣିଷ ଭାବେ ପରିଚିତ ଥିଲେ।ତାଙ୍କ ଅକାଳ ବିୟୋଗର ଖବର ପାଇବା ପରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ, ବରିଷ୍ଠ ସାମ୍ବାଦିକ ଡିଜେନ ପାଢ଼ୀ, ସାମ୍ବାଦିକ ସରୋଜ ବିରୋ, ସାମ୍ବାଦିକ ସନ୍ତୋଷ ପଟ୍ଟନାୟକ, ସାମ୍ବାଦିକ କୃଷ୍ଣ କୁମାର ବେହେରାଙ୍କ ସମେତ ବହୁ ରାଜନୈତିକ, ସାମାଜିକ ଓ ସାମ୍ବାଦିକ ମହଲର ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାର ନିକଟରେ ପହଞ୍ଚି ସମବେଦନା ଜଣାଇଥିଲେ।ଅନୁରୂପଙ୍କ ଶେଷ ଦର୍ଶନ ପାଇଁ ବନ୍ଧୁ, ଆତ୍ମୀୟ, ପରିଚିତ ଓ ଶୁଭେଚ୍ଛୁଙ୍କ ସହ ହଜାର ହଜାର ଲୋକ ତାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ଏକତ୍ରିତ ହୋଇଥିଲେ। ଅନେକଙ୍କ ଆଖିରେ ଲୁହ ଓ ମନରେ ଅବ୍ୟକ୍ତ ବେଦନା ଦେଖିବାକୁ ମିଳିଥିଲା।ପରିଚିତ ମାନେ କହିଛନ୍ତି, ଅନୁରୂପଙ୍କ ବ୍ୟବହାରରେ କେବେ ଅହଂକାର ଦେଖିବାକୁ ମିଳୁନଥିଲା। ସମସ୍ତଙ୍କ ସହ ହସିକଥା ହେବା, ଆବଶ୍ୟକ ସମୟରେ ପାଖରେ ଠିଆ ହେବା ଏବଂ ଛୋଟବଡ଼ ସମସ୍ତଙ୍କୁ ଆପଣାର କରିନେବା ତାଙ୍କ ବ୍ୟକ୍ତିତ୍ୱର ଅନ୍ୟତମ ବିଶେଷତା ଥିଲା। ତେଣୁ ତାଙ୍କ ହଠାତ୍ ବିଦାୟକୁ ଅନେକେ ସହଜରେ ଗ୍ରହଣ କରିପାରୁନାହାନ୍ତି।ବହୁ ବନ୍ଧୁ, ଶୁଭେଚ୍ଛୁ ଓ ସ୍ଥାନୀୟ ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାରକୁ ଭେଟି ଗଭୀର ସମବେଦନା ଜଣାଇଛନ୍ତି। ଏପରି ଜଣେ ମିଷ୍ଟଭାଷୀ ଓ ମେଳାପୀ ଯୁବକଙ୍କ ଅକାଳ ବିୟୋଗ ପରିବାର ସହ ସମଗ୍ର ସହର ପାଇଁ ମଧ୍ୟ ଏକ ଅପୂରଣୀୟ କ୍ଷତି ବୋଲି ଅନେକେ ମତ ପ୍ରକାଶ କରିଛନ୍ତି।ଅନୁରୂପଙ୍କ ଅନ୍ତିମ ଯାତ୍ରାରେ ମଧ୍ୟ ବହୁ ସଂଖ୍ୟକ ବନ୍ଧୁ, ଆତ୍ମୀୟ, ଶୁଭେଚ୍ଛୁ ଓ ସହରବାସୀ ସାମିଲ ହୋଇ ମହେନ୍ଦ୍ର ତନୟା ନଦୀ କୂଳରେ ଥିବା ସ୍ଵର୍ଗଦ୍ଵାର ଶ୍ମଶାନ ଘାଟରେ ତାଙ୍କୁ ଶେଷ ବିଦାୟ ଜଣାଇଥିଲେ। ଏହି ସମୟରେ ସୃଷ୍ଟି ହୋଇଥିବା ଶୋକାକୁଳ ପରିବେଶ ସମସ୍ତଙ୍କୁ ଭାବବିହ୍ୱଳ କରିଦେଇଥିଲା।ଅନୁରୂପ ନାୟକଙ୍କ ବିୟୋଗରେ ପରିବାର ଯେଉଁ ଅପୂରଣୀୟ ଶୂନ୍ୟତାର ସମ୍ମୁଖୀନ ହୋଇଛି, ତାହା କେବେ ପୂରଣ ହେବ ନାହିଁ ବୋଲି ଶୋକାକୁଳ ମହଲରେ ଆଲୋଚନା ହେଉଛି। ଏହି ଦୁଃଖଦ ସମୟରେ ଭଗବାନ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଏହି ଅସୀମ ବେଦନା ସହିବାକୁ ଶକ୍ତି ପ୍ରଦାନ କରନ୍ତୁ ବୋଲି ସମସ୍ତେ ପ୍ରାର୍ଥନା କରିଛନ୍ତି।ଦିବଙ୍ଗତ ଅନୁରୂପ ନାୟକଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରି ସହରବାସୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।