ଜମନକିରା ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି-୨୦୨୬’ କାର୍ଯ୍ୟକ୍ରମ ଅନୁଷ୍ଠିତ
ଜମନକିରା : ଜମନକିରା ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଶ୍ରୀମତୀ ସନ୍ଧ୍ୟା ସୁଚରିତା ପଣ୍ଡା ସଭାପତିତ୍ୱ କରିଥିଲେ।
କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ସ୍ଥାନୀୟ ସରପଞ୍ଚ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଶ୍ରୀମତୀ ଦେବକୀ ନାଏକ, ମୁକେଶ ଚନ୍ଦ୍ର ପାଢ଼ୀ, ଶ୍ରୀମତୀ ଶୋଭାରାଣୀ ପାଢ଼ୀ ଏବଂ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଜମନକିରାର ତୃପ୍ତିମୟୀ ମଲ୍ଲିକ ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ।
କ୍ଲଷ୍ଟର ସାଧନ କେନ୍ଦ୍ର ସଂଯୋଜକ (CRCC) ଆନନ୍ଦ ଚନ୍ଦ୍ର ସାହୁ ସ୍ୱାଗତ ସମ୍ଭାଷଣ ପ୍ରଦାନ କରିବା ସହ ‘ସୁରଭି’ କାର୍ଯ୍ୟକ୍ରମର ମୁଖ୍ୟ ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ଜମନକିରା ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସ୍ୱାଗତ ସଙ୍ଗୀତ ଗାନ କରାଯାଇଥିଲା। ମଞ୍ଚ ପରିଚାଳନା ଶାନ୍ତିଲତା କୁଅଁର ସୁଚାରୁ ରୂପେ ସମ୍ପାଦନ କରିଥିଲେ।
ଏହି କ୍ଲଷ୍ଟର ଅନ୍ତର୍ଗତ ୧୦ ଗୋଟି ସରକାରୀ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟିତ୍ରୀ ଏବଂ ପ୍ରାୟ ୧୫୦ ଜଣ ଛାତ୍ରଛାତ୍ରୀ ଏଥିରେ ଅଂଶଗ୍ରହଣ କରିଥିଲେ। ବିଭିନ୍ନ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ଶେଷରେ ଶ୍ରୀମତୀ ସନ୍ଧ୍ୟା ସୁଚରିତା ପଣ୍ଡା ଧନ୍ୟବାଦ ଅର୍ପଣ କରି ସଭା ସାଙ୍ଗ କରିଥିଲେ।

