Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗଜପତଜିଲ୍ଲା ପାରଳାଖେମୁଣ୍ଡି ଉପକଣ୍ଠ ବେତାଗୁଡ଼ା ସ୍ଥିତ ଏ.ଏନ୍.ଏମ୍ ଟ୍ରେନିଂ କେନ୍ଦ୍ର ଠାରେ ମାନସିକ ସ୍ୱାସ୍ଥ୍ୟ ଓ ସ୍ଥାୟୀ ଲୋକ ଅଦାଲତକୁ ନେଇ ସଚେତନତା କାଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି:୧୦/୧୦(ଗରୁଡ଼ ଧ୍ଵଜ ଚୌଧୁରୀ)
ବିଶ୍ଵବ୍ୟାପୀ ପାଳିତ ହେଉଥିବା ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ତଥା ସ୍ଥାୟୀ ଲୋକ ଅଦାଲତ ସମ୍ପର୍କରେ ସେ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଆଜି ଗଜପତି ଜିଲ୍ଲା ଆଇନ ସେବାପ୍ରାଧିକରଣ(ଡ଼ି.ଏଲ.ଏସ୍.ଏ.) ପକ୍ଷରୁ ଜିଲ୍ଲା ଜଜ୍ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ଜଗଦୀଶ ପ୍ରସାଦ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସହର ଉପକଣ୍ଠରେ ଥିବା ବେତାଗୁଡ଼ା ସ୍ଥିତ ଏଏନ୍‌ଏମ୍‌ ଟ୍ରେନିଂ କଲେଜ ପରିସରରେ ପୂର୍ବାହ୍ନ ୧୧ଟା ସମୟରେ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।ଏହି କାର୍ଯ୍ୟକ୍ରମରେ ଡିଏଲ୍‌ଏସ୍‌ଏ, ଗଜପତିର ସଚିବ ବିମଳ ରାଉଳ, ଗଜପତି ସିଭିଲ୍ କୋର୍ଟର ରେଜିଷ୍ଟ୍ରାର ସତ୍ୟବ୍ରତ ରଣା, ଜିଲ୍ଲା ଅଦାଲତର ଭାରପ୍ରାପ୍ତ କ୍ୟାଡର ପବ୍ଲିକ ପ୍ରସିକ୍ୟୁଟର ରାଜେଶ କୁମାର ମିଶ୍ର, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ମନୋବିଜ୍ଞାନୀ ତଥା ସମାଜସେବୀ ପ୍ରାଣରଞ୍ଜନ ନାୟକ, ଏଏନ୍‌ଏମ୍‌ ଟ୍ରେନିଂ କଲେଜ, ବେତାଗୁଡ଼ାର ଅଧ୍ୟକ୍ଷା ଶ୍ରୀମତୀ ପ୍ରତିଭା ରାଣୀ ନାୟକ ଏବଂ ଉକ୍ତ କଲେଜର ଅଧ୍ୟାପିକା ଶ୍ରୀମତୀ ସଙ୍ଗୀତା ରାଣୀ ମହାପାତ୍ର ପ୍ରମୁଖ ଯୋଗଦେଇ ଉପସ୍ଥିତ ଛାତ୍ରୀମାନଙ୍କୁ ବିଭିନ୍ନ ବିଷୟରେ ସଚେତନ କରାଇଥିଲେ। ବକ୍ତାମାନେ ମାନସିକ ସ୍ୱାସ୍ଥ୍ୟର ଗୁରୁତ୍ୱ, ମାନସିକ ଚାପର ପରିଚାଳନା, ମାନସିକ ସମସ୍ୟା ପ୍ରତି ସକାରାତ୍ମକ ମନୋଭାବ ଏବଂ ଆବଶ୍ୟକ ସମୟରେ ଉପଯୁକ୍ତ ପରାମର୍ଶ ଓ ଚିକିତ୍ସା ଗ୍ରହଣ କରିବା ଉପରେ ଆଲୋକପାତ କରିବା ସହ ଆଇନର ବିଭିନ୍ନ ଦିଗ ଉପରେ ବିଶେଷ ଭାବେ ଆଲୋକପାତ କରିଥିଲେ। ସେହିପରି ଆଧୁନିକ ଯୁଗରେ ସାଇବର ଅପରାଧ ଓ ମାନସିକ ସ୍ୱାସ୍ଥ୍ୟର ବିଭିନ୍ନ ଦିଗ ଉପରେ ବିଶେଷ ଚର୍ଚ୍ଚା କରାଯିବା ସହ ସମାଜରେ କିପରି ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ମାନସିକ ସ୍ୱାସ୍ଥ୍ୟର ସମସ୍ତେ ଯତ୍ନ ନେଇ ଏକ ଉତ୍ତମ ସମାଜ ପ୍ରତିଷ୍ଠା ଦିଗରେ ଅଗ୍ରସର ହୋଇପାରିବେ ସେ ନେଇ ସମସ୍ତଙ୍କୁ ସଚେତନ କରାଯାଇଥିଲାଏଥିସହ ସ୍ଥାୟୀ ଲୋକ ଅଦାଲତର ଉଦ୍ଦେଶ୍ୟ, କାର୍ଯ୍ୟପ୍ରଣାଳୀ ଓ ଉପଯୋଗିତା ସମ୍ପର୍କରେ ମଧ୍ୟ ଛାତ୍ରଛାତ୍ରୀ ମାନଙ୍କୁ ଅବଗତ କରାଯାଇଥିଲା। ଏଏନ୍‌ଏମ୍‌ ଟ୍ରେନିଂ କଲେଜର ଛାତ୍ରୀମାନେ ଅଂଶଗ୍ରହଣ କରିଥିବା ଏହି ସଚେତନତା କାର୍ଯ୍ୟକ୍ରମରେ ମାନସିକ ସ୍ୱାସ୍ଥ୍ୟ ସମ୍ପର୍କରେ ସକାରାତ୍ମକ ମନୋଭାବ ଗଠନ ସହ ସ୍ଥାୟୀ ଲୋକ ଅଦାଲତ ସମ୍ପର୍କରେ ଜନସାଧାରଣଙ୍କ ଜ୍ଞାନ ବୃଦ୍ଧି କରିବା ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଥିଲା। ସର୍ବଶେଷରେ ଅଧ୍ୟକ୍ଷା ଶ୍ରୀମତୀ ନାୟକ ଏହି କାର୍ଯ୍ୟକ୍ରମର ସଫଳ ରୂପାୟନ ନିମନ୍ତେ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ଗଜପତି ଜିଲ୍ଲା ବିଜେଡି ସଭାପତିଙ୍କ ପୁତ୍ର ଅନୁରୂପ ନାୟକଙ୍କ ଅକାଳ ବିୟୋଗରେ ସାରା ପାରଳା ସହରରେ ଶୋକର ଛାୟା l ପାରଳାଖେମୁଣ୍ଡି:୪/୧୦(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ବିଜେଡି ଜିଲ୍ଲା ସଭାପତି ପ୍ରଦୀପ ନାୟକ’ଙ୍କ ସାନ ପୁଅ ଅନୁରୂପ ନାୟକ’ଙ୍କ ଅକାଳ ବିୟୋଗ ଖବର ପ୍ରଚାରିତ ହେବା ପରେ ସହରରେ ଗଭୀର ଶୋକର ଛାୟା ଖେଳିଯାଇଛି।ଅନୁରୂପଙ୍କ ବିୟୋଗର ଖବର ଯେପରି ପରିବାର ଓ ଆତ୍ମୀୟ-ସ୍ୱଜନଙ୍କ ପାଇଁ ଏକ ବଡ଼ ଆଘାତ ହୋଇଛି, ସେହିପରି ତାଙ୍କୁ ଜାଣିଥିବା ବନ୍ଧୁ, ଶୁଭେଚ୍ଛୁ ଓ ସହରବାସୀଙ୍କ ମଧ୍ୟରେ ମଧ୍ୟ ଗଭୀର ଦୁଃଖ ପ୍ରକାଶ ପାଇଛି। ହସମୁଖ ଚେହେରା, ସରଳ ବ୍ୟବହାର, ମିଷ୍ଟଭାଷୀ ସ୍ୱଭାବ ଓ ସମସ୍ତଙ୍କ ସହ ମିଶି ଚଳିବାର ଗୁଣ ପାଇଁ ଅନୁରୂପ ସ୍ଥାନୀୟ ଅଞ୍ଚଳରେ ଏକ ଆପଣାର ମଣିଷ ଭାବେ ପରିଚିତ ଥିଲେ।ତାଙ୍କ ଅକାଳ ବିୟୋଗର ଖବର ପାଇବା ପରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ, ବରିଷ୍ଠ ସାମ୍ବାଦିକ ଡିଜେନ ପାଢ଼ୀ, ସାମ୍ବାଦିକ ସରୋଜ ବିରୋ, ସାମ୍ବାଦିକ ସନ୍ତୋଷ ପଟ୍ଟନାୟକ, ସାମ୍ବାଦିକ କୃଷ୍ଣ କୁମାର ବେହେରାଙ୍କ ସମେତ ବହୁ ରାଜନୈତିକ, ସାମାଜିକ ଓ ସାମ୍ବାଦିକ ମହଲର ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାର ନିକଟରେ ପହଞ୍ଚି ସମବେଦନା ଜଣାଇଥିଲେ।ଅନୁରୂପଙ୍କ ଶେଷ ଦର୍ଶନ ପାଇଁ ବନ୍ଧୁ, ଆତ୍ମୀୟ, ପରିଚିତ ଓ ଶୁଭେଚ୍ଛୁଙ୍କ ସହ ହଜାର ହଜାର ଲୋକ ତାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ଏକତ୍ରିତ ହୋଇଥିଲେ। ଅନେକଙ୍କ ଆଖିରେ ଲୁହ ଓ ମନରେ ଅବ୍ୟକ୍ତ ବେଦନା ଦେଖିବାକୁ ମିଳିଥିଲା।ପରିଚିତ ମାନେ କହିଛନ୍ତି, ଅନୁରୂପଙ୍କ ବ୍ୟବହାରରେ କେବେ ଅହଂକାର ଦେଖିବାକୁ ମିଳୁନଥିଲା। ସମସ୍ତଙ୍କ ସହ ହସିକଥା ହେବା, ଆବଶ୍ୟକ ସମୟରେ ପାଖରେ ଠିଆ ହେବା ଏବଂ ଛୋଟବଡ଼ ସମସ୍ତଙ୍କୁ ଆପଣାର କରିନେବା ତାଙ୍କ ବ୍ୟକ୍ତିତ୍ୱର ଅନ୍ୟତମ ବିଶେଷତା ଥିଲା। ତେଣୁ ତାଙ୍କ ହଠାତ୍ ବିଦାୟକୁ ଅନେକେ ସହଜରେ ଗ୍ରହଣ କରିପାରୁନାହାନ୍ତି।ବହୁ ବନ୍ଧୁ, ଶୁଭେଚ୍ଛୁ ଓ ସ୍ଥାନୀୟ ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାରକୁ ଭେଟି ଗଭୀର ସମବେଦନା ଜଣାଇଛନ୍ତି। ଏପରି ଜଣେ ମିଷ୍ଟଭାଷୀ ଓ ମେଳାପୀ ଯୁବକଙ୍କ ଅକାଳ ବିୟୋଗ ପରିବାର ସହ ସମଗ୍ର ସହର ପାଇଁ ମଧ୍ୟ ଏକ ଅପୂରଣୀୟ କ୍ଷତି ବୋଲି ଅନେକେ ମତ ପ୍ରକାଶ କରିଛନ୍ତି।ଅନୁରୂପଙ୍କ ଅନ୍ତିମ ଯାତ୍ରାରେ ମଧ୍ୟ ବହୁ ସଂଖ୍ୟକ ବନ୍ଧୁ, ଆତ୍ମୀୟ, ଶୁଭେଚ୍ଛୁ ଓ ସହରବାସୀ ସାମିଲ ହୋଇ ମହେନ୍ଦ୍ର ତନୟା ନଦୀ କୂଳରେ ଥିବା ସ୍ଵର୍ଗଦ୍ଵାର ଶ୍ମଶାନ ଘାଟରେ ତାଙ୍କୁ ଶେଷ ବିଦାୟ ଜଣାଇଥିଲେ। ଏହି ସମୟରେ ସୃଷ୍ଟି ହୋଇଥିବା ଶୋକାକୁଳ ପରିବେଶ ସମସ୍ତଙ୍କୁ ଭାବବିହ୍ୱଳ କରିଦେଇଥିଲା।ଅନୁରୂପ ନାୟକଙ୍କ ବିୟୋଗରେ ପରିବାର ଯେଉଁ ଅପୂରଣୀୟ ଶୂନ୍ୟତାର ସମ୍ମୁଖୀନ ହୋଇଛି, ତାହା କେବେ ପୂରଣ ହେବ ନାହିଁ ବୋଲି ଶୋକାକୁଳ ମହଲରେ ଆଲୋଚନା ହେଉଛି। ଏହି ଦୁଃଖଦ ସମୟରେ ଭଗବାନ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଏହି ଅସୀମ ବେଦନା ସହିବାକୁ ଶକ୍ତି ପ୍ରଦାନ କରନ୍ତୁ ବୋଲି ସମସ୍ତେ ପ୍ରାର୍ଥନା କରିଛନ୍ତି।ଦିବଙ୍ଗତ ଅନୁରୂପ ନାୟକଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରି ସହରବାସୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।