ବିଜେପି ଆମପାଣି ମଣ୍ଡଳ ସ୍ତରୀୟ ବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ।
କଳାହାଣ୍ଡି,୧୧/୧୦
ଭାରତୀୟ ଜନତା ପାର୍ଟି ପକ୍ଷରୁ ଧର୍ମଗଡ଼ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କୋକସରା ବ୍ଲକ ଆମପାଣି ମଣ୍ଡଳ ସ୍ତରୀୟ କର୍ମକର୍ତ୍ତା ଙ୍କୁ ନେଇ ସାଂଗଠନିକ କାର୍ଯ୍ୟକଳାପ, ଦଳୀୟ ସମନ୍ୱୟ ଓ ଆଗାମୀ କାର୍ଯ୍ୟପନ୍ଥା ସମ୍ପର୍କରେ ଆଲୋଚନା ହୋଇଥିଲା।
ଆମପାଣି ମଣ୍ଡଳ ସଭାପତି ମଧୁବନ ପାତ୍ର ଙ୍କ ସଭାପତିତ୍ୱ ରେ କାର୍ଯ୍ୟକାରିଣୀ ବୈଠକ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ବିଜେପି ସଭାପତି ଯୁଗଳ କିଶୋର ପୋଢ଼, ମୁଖ୍ୟବକ୍ତା ଭାବେ ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ,ସମ୍ମାନିତ ଅତିଥି ଭାବେ ରାଜ୍ୟ ଉପ ସଭାପତି ତଥା କଳାହାଣ୍ଡି ଜିଲ୍ଲା ପ୍ରଭାରୀ ଶିବାଜୀ ମହାନ୍ତି,ଜିଲ୍ଲା ଅନୁସୂଚିତ ଜନଜାତି ମୋର୍ଚ୍ଚା ସଭାପତି ତ୍ରିନାଥ ଶବର, ଜିଲ୍ଲା ସାଧାରଣ ସମ୍ପାଦକ ହିମାଂଶୁ ପଣ୍ଡା, ସାଂସଦ ପ୍ରତିନିଧି ଗୋପିଚନ ନାଏକ, ଆମପାଣି ମଣ୍ଡଳ ପ୍ରଭାରୀ ଗଣେଶ ନନ୍ଦ, ହେମନ୍ତ କୁମାର ମାଝୀ,ଜିଲ୍ଲା ପ୍ରତିନିଧି ଅର୍ଜୁନ ଭାଟି, ଘନଶ୍ୟାମ ନାଏକ ପ୍ରମୁଖ ଯୋଗ ଦେଇଥିଲେ। ଏହି ଅବସରରେ ଜିଲ୍ଲା ସଭାପତି ଶ୍ରୀ ପୋଢ଼ ସାଂଗଠନିକ କାର୍ଯ୍ୟକଳାପ ଉପରେ ଗୁରୁତ୍ୱ ଦେବାକୁ ଆହ୍ୱାନ ଦେଇଥିବା ବେଳେ ଜିଲ୍ଲା ପ୍ରଭାରୀ ଶ୍ରୀ ମହାନ୍ତି ତୃଣମୂଳ ସ୍ତରରେ ଦଳୀୟ ସଂଗଠନ ସୁଦୃଢ଼ କରିବାକୁ ପରାମର୍ଶ ଦେଇଥିଲେ। କାର୍ଯ୍ୟକାରିଣୀ ବୈଠକରେ ଆମପାଣି ମଣ୍ଡଳ ସମ୍ପାଦକ ତୁଲାରାମ ନାଏକ, ଦ୍ରୋଣାଚାର୍ଯ୍ୟ ପୂଝାରି, ସନ୍ତୋଷ ମାଝୀ, ଚକ୍ରଧର ବେଶ୍ରା, ଯୁବ ମୋର୍ଚ୍ଚା ସଭାପତି ତ୍ରିଲୋକ୍ୟ ବେଶ୍ରା, ମହିଳା ମୋର୍ଚ୍ଚା ର ମହିଳା ନେତ୍ରୀ ସମୂହ ସମେତ ଶତାଧିକ ଦଳୀୟ କର୍ମକର୍ତ୍ତା ଉପସ୍ଥିତ ଥିଲେ।

