Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କଦଳୀମୁଣ୍ଡାରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଉଦ୍‌ଯାପିତ

ଜମନକିରା : ଜମନକିରା ବ୍ଲକ୍ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଆନୁକୂଲ୍ୟରେ କଦଳୀମୁଣ୍ଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ “ସମୃଦ୍ଧ ଭାଷା : ସମୃଦ୍ଧ ଓଡ଼ିଶା” ଆଭିମୁଖ୍ୟ ନେଇ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମର ଉଦ୍‌ଘାଟନୀ ସଭାରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ରୁକ୍ମଣ ପ୍ରଧାନ ସଭାପତିତ୍ୱ କରିଥିବା ବେଳେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ରବିନ୍ଦ୍ର କୁମାର ସେଠି ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ଏବଂ ସମ୍ମାନିତ ଅତିଥି ଭାବେ ମୁଡେନପାଲି ଇନ୍ଦିରାଗାନ୍ଧୀ ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଗୋପୀରଞ୍ଜନ ନାଥ, ଫାସିମାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜ୍ୟୋସ୍ନା ରାଣୀ ଦଳବେହେରା, କଦଳୀମୁଣ୍ଡା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରାମଚନ୍ଦ୍ର ସିଂହ ତଥା ପ୍ରାଥମିକ ଶିକ୍ଷକ ସଂଘର ସଭାପତି ଶ୍ରୀକାନ୍ତ ପଟେଲ ପ୍ରମୁଖ ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ। ଦିବସବ୍ୟାପୀ ଚାଲିଥିବା ଏହି ମହୋତ୍ସବରେ ବ୍ଲକର ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ୫୦୦ରୁ ଊର୍ଦ୍ଧ୍ବ ପ୍ରତିଯୋଗୀ ନୃତ୍ୟ, ସଙ୍ଗୀତ, ଚିତ୍ରାଙ୍କନ ଓ ବକ୍ତୃତା ଆଦି ବିଭିନ୍ନ ପ୍ରତିଯୋଗିତାରେ ନିଜର ଦକ୍ଷତା ପ୍ରଦର୍ଶନ କରିଥିବା ବେଳେ ଛାତ୍ରଛାତ୍ରୀଙ୍କ ଆକର୍ଷଣୀୟ ପାରମ୍ପରିକ ସାଂସ୍କୃତିକ ନୃତ୍ୟ ସମସ୍ତଙ୍କ ମନ ମୋହିଥିଲା। ଏହି ସମସ୍ତ ପ୍ରତିଯୋଗିତାକୁ ୮୦ ଜଣ ବିଚାରକ ସୁଚାରୁ ରୂପେ ପରିଚାଳନା କରିଥିଲେ ଏବଂ ୧୦୮ ଜଣ ଗାଇଡ୍ ଶିକ୍ଷକ-ଶିକ୍ଷୟିତ୍ରୀ ଛାତ୍ରଛାତ୍ରୀଙ୍କୁ ମାର୍ଗଦର୍ଶନ ପ୍ରଦାନ କରିଥିଲେ। ପରବର୍ତ୍ତୀ ସମୟରେ ଆୟୋଜିତ ଉଦ୍‌ଯାପନୀ ସଭାରେ ବ୍ଲକ୍ ଶିକ୍ଷା ଅଧିକାରୀ ସଭାପତିତ୍ୱ କରିଥିବା ବେଳେ ଜିଲ୍ଲା ପରିଷଦ ଜୋନ୍ -୧ ସଭ୍ୟା ସୁଜାତା ଖୁଣ୍ଟିଆ ମୁଖ୍ୟ ଅତିଥି ଭାବେ ଯୋଗଦେଇ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରିଥିଲେ ଏବଂ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଦେବକୀ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ। କଦଳୀମୁଣ୍ଡା ପ୍ରଧାନ ଶିକ୍ଷକ ସିଂ ଏବଂ ଶିକ୍ଷକ ସଂଘର ସମ୍ପାଦକ କାର୍ତ୍ତିକ କିଷାନ ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚାସୀନ ଥିଲେ। ଶିକ୍ଷକ ସତ୍ୟନାରାୟଣ ସାହୁ ଏବଂ ଲୋକେଶ ବାଘ ସମଗ୍ର କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ ଶେଷରେ ଶିକ୍ଷକ ସଂଘ ସମ୍ପାଦକ କାର୍ତ୍ତିକ କିଷାନ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories