Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

Odisha New Governor: ଆଜି ଶପଥ ନେବେ ବ୍ରଜମୋହନ ରାମ, ବିମାନବନ୍ଦରରେ ଭବ୍ୟ ସ୍ୱାଗତ କଲେ CM ମୋହନ ମାଝୀ

ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ବ୍ରଜମୋହନ ରାମ ରବିବାର ପୂର୍ବାହ୍ଣ ୧୧ଟାରେ ଶପଥ ଗ୍ରହଣ କରିବେ। ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହରୀଶ ଟଣ୍ଡନ ତାଙ୍କୁ ଶପଥ ପାଠ କରାଇବେ। ଏହି ଶପଥ ଗ୍ରହଣ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ, ବିଧାନସଭା ବାଚସ୍ପତି ସୁରମା ପାଢ଼ୀ, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସମେତ ମନ୍ତ୍ରୀ, ହାଇକୋର୍ଟର ବିଚାରପତି, ସାଂସଦ, ବିଧାୟକ ଓ ବରିଷ୍ଠ ଅଧିକାରୀମାନେ ଯୋଗଦେବେ।

ଶନିବାର ମଧ୍ୟାହ୍ନରେ ବ୍ରଜମୋହନ ରାମ ତାଙ୍କ ପତ୍ନୀଙ୍କ ସହ ଏକ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱରରେ ପହଞ୍ଚିଥିଲେ। ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀଙ୍କ ସମେତ ବାଚସ୍ପତି ସୁରମା ପାଢ଼ୀ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଅନ୍ୟ ମନ୍ତ୍ରୀ ଓ ବରିଷ୍ଠ ପ୍ରଶାସନିକ ଅଧିକାରୀମାନେ ତାଙ୍କୁ ଭବ୍ୟ ସ୍ୱାଗତ ଜଣାଇଥିଲେ।

ଓଡ଼ିଶା ଆସିବା ପରେ ବ୍ରଜମୋହନ ରାମ ତାଙ୍କ ପତ୍ନୀଙ୍କ ସହ ପୁରୀ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଥିବା ସୂଚନା ମିଳିଛି। ରବିବାର ଶପଥ ଗ୍ରହଣ ପରେ ସେ ରାଜ୍ୟପାଳ ଭାବେ ନିଜର ନୂଆ ଦାୟିତ୍ୱ ଆରମ୍ଭ କରିବେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ