Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗୁମ୍ମା ବ୍ଲକ ଅନ୍ତର୍ଗତ କିଟୁମ୍ବା ଗ୍ରାମରେ ନାଲ୍‌ସା ଯୋଜନାର ଦୁଇମାସିଆ ମେଗା ଡ୍ରାଇଭ୍ ଉଦ୍‌ଯାପିତ ଆଇନ ସଚେତନତା ସହ ଶ୍ରମିକ କାର୍ଡ ଓ କମ୍ବଳ ବଣ୍ଟନ

ପାରଳାଖେମୁଣ୍ଡି:୨୪/୧୦(ଗରୁଡ଼ ଧ୍ୱଜ ଚୌଧୁରୀ) ଜାତୀୟ ଆଇନ ସେବା ପ୍ରାଧିକରଣର ନିର୍ଦ୍ଦେଶକ୍ରମେ ଏବଂ ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ ମାର୍ଗଦର୍ଶନରେ ତଥା ଗଜପତି ଜିଲ୍ଲା ଓ ଦୌରା ଜଜ୍ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ଜଗଦୀଶ ପ୍ରସାଦ ମହାନ୍ତିଙ୍କ ପୃଷ୍ଠପୋଷକତାରେ ଏବଂ ସଚିବ ବିମଳ ରାଉଳଙ୍କ ସକ୍ରିୟ ତତ୍ତ୍ୱାବଧାନରେ ଗୁମ୍ମା ବ୍ଲକ୍‌ ଅନ୍ତର୍ଗତ କିଟୁମ୍ବା ଗ୍ରାମରେ ଗତ ଦୁଇମାସ ଧରି ଚାଲିଥିବା ଆଇନ ସେବା ମେଗା ଡ୍ରାଇଭ୍‌ କାର୍ଯ୍ୟକ୍ରମ ଆଜି ଅପରାହ୍ନ ୪ଟା ସମୟରେ ଉଦଯାପିତ ହୋଇଯାଇଛି।ଆଇନ ସେବା ପ୍ରାଧିକରଣ ଅଧିନିୟମ, ୧୯୮୭ର ଧାରା ୧୨ ଅନୁଯାୟୀ ଯୋଗ୍ୟ ହିତାଧିକାରୀମାନଙ୍କୁ ନିଃଶୁଳ୍କ ଆଇନ ସହାୟତା ଓ ବିଭିନ୍ନ ସରକାରୀ ଯୋଜନାର ସୁଫଳ ପ୍ରଦାନ କରିବା ଏହି ମେଗା ଡ୍ରାଇଭ୍‌ର ମୁଖ୍ୟ ଉଦ୍ଦେଶ୍ୟ ଥିଲା। ଏହି ଅଭିଯାନ ଅବଧିରେ ଘରକୁ ଘର ବୁଲି ଜନସମ୍ପର୍କ ଅଭିଯାନ କରାଯିବା ସହ ଗ୍ରାମବାସୀଙ୍କ ବିଭିନ୍ନ ସମସ୍ୟା ଓ ଅଭିଯୋଗ ସଂଗ୍ରହ କରାଯାଇଥିଲା ତଥା ତ୍ୱରିତ ସମାଧାନ ନିମନ୍ତେ ବ୍ଲକ୍‌ ପ୍ରଶାସନ ଓ ଜିଲ୍ଲା ପ୍ରଶାସନ ସହ ସମନ୍ୱୟ ରକ୍ଷା କରି ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରାଯାଇଥିଲା। ଏଥି ସହ ଗ୍ରାମବାସୀଙ୍କୁ ସେମାନଙ୍କ ଆଇନଗତ ଅଧିକାର, ନିଃଶୁଳ୍କ ଆଇନ ସହାୟତା ପାଇବାର ବ୍ୟବସ୍ଥା, ବିଭିନ୍ନ ନାଲ୍‌ସା ଯୋଜନା ଓ ସରକାରୀ କଲ୍ୟାଣମୂଳକ ଯୋଜନା ସମ୍ପର୍କରେ ସଚେତନ କରାଯାଇଥିଲା। ଏହା ସହ ଜିଲ୍ଲା ଶ୍ରମ ଅଧିକାରୀଙ୍କ ପକ୍ଷରୁ ଯୋଗ୍ୟ ହିତାଧିକାରୀମାନଙ୍କୁ ଶ୍ରମିକ କାର୍ଡ ପ୍ରଦାନ କରାଯାଇଥିଲା।ସେହିପରି ଆଗାମୀ ଶୀତ ଋତୁକୁ ଦୃଷ୍ଟିରେ ରଖି ଗଜପତି ଜିଲ୍ଲା ଖଣି ବିଭାଗ ପକ୍ଷରୁ ଆଜିର ଉଦଯାପନି ସଭାରେ ଗ୍ରାମବାସୀଙ୍କୁ କମ୍ବଳ ବଣ୍ଟନ କରାଯାଇଥିଲା। ଏହି ମାନବିକତାମୂଳକ ପଦକ୍ଷେପ ଶୀତ ଦିନରେ ଗ୍ରାମବାସୀଙ୍କୁ ଆବଶ୍ୟକୀୟ ସହାୟତା ପ୍ରଦାନ କରିବା ସହ କାର୍ଯ୍ୟକ୍ରମକୁ ଅଧିକ ଅର୍ଥପୂର୍ଣ୍ଣ କରିଥିଲା। ଏହି ଉଦ୍‌ଯାପନୀ କାର୍ଯ୍ୟକ୍ରମରେ ପ୍ରାଧିକରଣ ସଚିବ ବିମଳ ରାଉଳ, ଗଜପତି ଜିଲ୍ଲା ଅଦାଲତର ଭାରପ୍ରାପ୍ତ କ୍ୟାଡର ପବ୍ଲିକ ପ୍ରସିକ୍ୟୁଟର ରାଜେଶ କୁମାର ମିଶ୍ର, ପାରଳାଖେମୁଣ୍ଡିର ଖଣି ଅଧିକାରୀ ଦୀପେନ ପରିଡ଼ା, ଖଣି ଅଧିକାରୀ ମଳୟ କୁମାର ସେଠୀ ଏବଂ ପାରାଲିଗାଲ୍ ସ୍ବେଚ୍ଛାସେବୀ ଶଶିରେଖା ବିଷୋୟୀ ଉପସ୍ଥିତ ରହି ଗ୍ରାମବାସୀଙ୍କୁ ବିଭିନ୍ନ ଆଇନ ବିଷୟରେ ସଚେତନ କରିଥିଲେ। ଆଜିର ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଶିବ ପ୍ରସାଦ ସେନାପତି, ରାୟ ଗୋବିନ୍ଦ ରାଜୁ, ଚନ୍ଦ୍ରଶେଖର ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ଯଥାର୍ଥ ସାହାଯ୍ୟ ସହଯୋଗ କରି ଏହି କାର୍ଯ୍ୟକ୍ରମକୁ ସଫଳ କରାଇଥିଲେ। ପ୍ରାଧିକରଣ ପକ୍ଷରୁ କରାଯାଇଥିବା ଏହି ପ୍ରୟାସ ଉଲ୍ଲେଖନୀୟ ପଦକ୍ଷେପ ହିସାବରେ ସ୍ଥାନୀୟ ଜନସାଧାରଣଙ୍କ ଦ୍ଵାରା ବେଶ ପ୍ରଶଂସିତ ହୋଇଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

*ଦ୍ୱିତୀୟ ଦିବସରେ ୭୦ତମ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଭଲିବଲ୍ ପ୍ରତିଯୋଗିତା ଅନୁଷ୍ଠିତ* ପାରଳାଖେମୁଣ୍ଡି,ତା.୧୧.୧୧.୨୦୨୬ ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ୍‌ ସ୍ଥିତ ସରକାରୀ ଏସ୍‌.ଏସ୍‌.ଡି. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଆୟୋଜିତ ୭୦ତମ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ୧୪ ଓ ୧୭ ବର୍ଷରୁ କମ୍ ବାଳକ ଓ ବାଳିକା ଭଲିବଲ୍ ପ୍ରତିଯୋଗିତା (୨୦୨୬-୨୭) ଦ୍ୱିତୀୟ ଦିବସରେ ଉତ୍ସାହ ସହ ଅନୁଷ୍ଠିତ ହୋଇଯାଇଛି। ଏହି ରାଜ୍ୟସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଓଡ଼ିଶାର ୩୦ଟି ଜିଲ୍ଲାରୁ ବହୁ ସଂଖ୍ୟାରେ ଛାତ୍ରଛାତ୍ରୀ ଯୋଗଦେଇ ନିଜ ନିଜର କ୍ରୀଡ଼ା ପ୍ରତିଭା ଓ ଦକ୍ଷତା ପ୍ରଦର୍ଶନ କରୁଛନ୍ତି। ପ୍ରତିଯୋଗିତାର ସୁପରିଚାଳନା ପାଇଁ ମୋଟ ୫ଟି ଖେଳ ପଡ଼ିଆ ବା କୋର୍ଟର ବ୍ୟବସ୍ଥା କରାଯାଇଛି। ପ୍ରତ୍ୟେକ କୋର୍ଟରେ ପ୍ରାୟ ୧୨ରୁ ୧୫ଟି ମ୍ୟାଚ୍ ଅନୁଷ୍ଠିତ ହୋଇଥିବାବେଳେ ସମସ୍ତ ଖେଳାଳି ଉଚ୍ଚକୋଟୀର ଖେଳ ପ୍ରଦର୍ଶନ କରି ଦର୍ଶକଙ୍କ ମନ ଜିଣିଥିଲେ। ଦ୍ୱିତୀୟ ଦିବସର କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲ୍‌ଗୁନୀ ମାଝୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିବା ବେଳେ ମୁଖ୍ୟ ବକ୍ତା ଭାବରେ ଜିଲ୍ଲା ଶିକ୍ଷା ଅଧିକାରୀ ଡଃ ମାୟାଧର ସାହୁ ଯୋଗଦେଇଥିଲେ। ସେହିପରି ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଏସ୍‌. ଗିରିଧର, ମୋହନା ଓ ଆର୍‌. ଉଦୟଗିରି ବ୍ଲକ୍‌ର ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ବୀରେନ୍ଦ୍ର ମଣ୍ଡଳ, ରାୟଗଡ଼ ତହସିଲଦାର ଶ୍ରୀ ସୁକାନ୍ତ ପ୍ରଧାନ ଏବଂ କନ୍ଧମାଳ ଜିଲ୍ଲାର ଶାରୀରିକ ଶିକ୍ଷା ନିରୀକ୍ଷକ ଶ୍ରୀ ସଞ୍ଜୟ କୁମାର ପାତ୍ର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ପ୍ରତିଯୋଗିତାର ବିଭିନ୍ନ ଦିଗ ଉପରେ ମତବ୍ୟକ୍ତ କରିବା ସହ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ। ଏହି ବୃହତ୍ କ୍ରୀଡ଼ା ଆୟୋଜନକୁ ସଫଳ ଓ ସୁସଂଗଠିତ କରିବାରେ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟର ପ୍ରଧାନଶିକ୍ଷକ, ପ୍ରଧାନଶିକ୍ଷୟିତ୍ରୀ, ସହକାରୀ ଶିକ୍ଷକ-ଶିକ୍ଷୟିତ୍ରୀ ଏବଂ କ୍ରୀଡ଼ା ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ସକ୍ରିୟ ସହଯୋଗ ଓ ଉପସ୍ଥିତି ବେଶ୍ ପ୍ରଶଂସନୀୟ ହୋଇଥିଲା।କାର୍ଯ୍ୟକ୍ରମର ମଞ୍ଚ ପରିଚାଳନା ସରକାରୀ ଏସ୍‌.ଏସ୍‌.ଡି. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ରାୟଗଡ଼ର କ୍ରୀଡ଼ା ଶିକ୍ଷକ ଶ୍ରୀ ସନ୍ତୋଷ ପଣ୍ଡା ପରିଚାଳନା କରିଥିଲେ। ଶେଷରେ ଗଜପତି ଜିଲ୍ଲାର ଶାରୀରିକ ଶିକ୍ଷା ନିରୀକ୍ଷକ ଶ୍ରୀ ସୁରେନ୍ଦ୍ର କୁମାର ପାତ୍ର ଉପସ୍ଥିତ ସମସ୍ତ ଅତିଥି, ଆୟୋଜକ, ଶିକ୍ଷକ-ଶିକ୍ଷୟିତ୍ରୀ ଓ ପ୍ରତିଯୋଗୀମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।