Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

Sundargarh Accident: ଦୁଇ ଟ୍ରଲର ମୁହାଁମୁହିଁ ଧକ୍କା, ଜୀବନ୍ତ ଜଳିଗଲେ ୨ ଡ୍ରାଇଭର

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଦୁଇ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ସୁନ୍ଦରଗଡ଼ କୋଲ୍ କରିଡରର ଅଁଳାବାହାଲ ଛକ ନିକଟରେ ବିଳମ୍ବିତ ରାତିରେ ଦୁଇଟି ଟ୍ରଲର ମୁହାଁମୁହିଁ ଧକ୍କା ହୋଇଥିଲା। ଧକ୍କା ପରେ ଉଭୟ ଗାଡ଼ିରେ ନିଆଁ ଲାଗିଯିବାରୁ ଟ୍ରଲର ଭିତରେ ଥିବା ଦୁଇ ଡ୍ରାଇଭର ଜୀବନ୍ତ ଜଳିଯାଇଥିଲେ।

ଦୁଇ ମୃତ ଡ୍ରାଇଭରଙ୍କ ପରିଚୟ ଏଯାଏଁ ମିଳିନାହିଁ। ସେମାନେ ବିହାର ଅଞ୍ଚଳର ବୋଲି ସୂଚନା ମିଳିଛି। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଡ୍ରାଇଭରମାନଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରିଥିଲେ। କିନ୍ତୁ ନିଆଁର ପ୍ରକୋପ ଏତେ ଅଧିକ ଥିଲା ଯେ ସେମାନଙ୍କୁ ବଞ୍ଚାଇବା ସମ୍ଭବ ହୋଇନଥିଲା।

ଖବର ପାଇ ଲେଫ୍ରିପଡ଼ା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଦୁର୍ଘଟଣାର କାରଣ ଏବଂ ମୃତ ଡ୍ରାଇଭରଙ୍କ ପରିଚୟ ସମ୍ପର୍କରେ ଅଧିକ ତଥ୍ୟ ମିଳିବା ବାକି ରହିଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ