ଉଲୁଣ୍ଡା ପଞ୍ଚାୟତ ସମିତି ସଭାଗୃହରେ ସାଧୁତାର ଶପଥପାଠ କାର୍ଯ୍ୟକ୍ରମ
ଉଲୁଣ୍ଡା : ସୁବର୍ଣ୍ଣପୁର ଜିଲ୍ଲା ଉଲ୍ଲୁଣ୍ଡା ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହରେ ଆଜି ସାଧୁତାର ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷର ଦୁର୍ନୀତି ନିବାରଣ ସଚେତନତା ସପ୍ତାହର ବିଷୟବସ୍ତୁ ହେଉଛି ‘ସାଧୁତାରୁ ସମୃଦ୍ଧି’।
ଏହି ଅବସରରେ ଜିଲ୍ଲାପାଳ ଶ୍ରୀ ଦେବାଶିଷ ସିଂ, ଆରକ୍ଷୀ ଅଧୀକ୍ଷକ ଶ୍ରୀ ନାରାୟଣ ନାୟକ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଶ୍ରୀ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀମତୀ ଅଞ୍ଜଳିନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଅଶ୍ୱିନୀ ମେହେର, ବୀରମହାରାଜପୁର ଉପଜିଲ୍ଲାପାଳ ଶ୍ରୀ ସୁରେନ୍ଦ୍ର ମେହେର ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ଉଷାରାଣୀ ଦାସଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ଓ ବ୍ଲକସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ‘ନାଗରିକଙ୍କ ପାଇଁ ସାଧୁତାର ଶପଥ’ ପାଠ କରିଥିଲେ।

