Odisha IAS Transfer: ପୋମା ଟୁଡୁଙ୍କୁ କୃଷି ନିର୍ଦ୍ଦେଶକ ଦାୟିତ୍ୱ, ସଂଗ୍ରାମ ମହାପାତ୍ର ହେଲେ ଉତ୍ତରାଞ୍ଚଳ RDC
ଭୁବନେଶ୍ୱର: ଓଡ଼ିଶାରେ IAS ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ପୋମା ଟୁଡୁଙ୍କୁ କୃଷି ବିଭାଗର ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଥିବା ବେଳେ କାଜୁ ଉନ୍ନୟନ ନିଗମର ପରିଚାଳନା ନିର୍ଦ୍ଦେଶକ ଦାୟିତ୍ୱ ମଧ୍ୟ ତାଙ୍କୁ ଦିଆଯାଇଛି। ଗାଭାଲି ପରାଗ ହର୍ଷଦଙ୍କୁ ଜାତୀୟ ସ୍ୱାସ୍ଥ୍ୟ ମିଶନ (NHM)ର ପରିଚାଳନା ନିର୍ଦ୍ଦେଶକ ଦାୟିତ୍ୱ ମିଳିଛି। ବିଜୟ ଅମୃତ କୁଲାଙ୍ଗେଙ୍କୁ ଦକ୍ଷିଣାଞ୍ଚଳ ରାଜସ୍ୱ କମିଶନର (RDC) ଦାୟିତ୍ୱ ଦିଆଯାଇଥିବା ବେଳେ ଚକ୍ରବର୍ତ୍ତୀ ସିଂ ରାଠୋରଙ୍କୁ ଉଦ୍ୟାନ କୃଷି ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି।
ଅନ୍ୟପଟେ, ପ୍ରଣତି ଛୋଟରାୟ ଓମଫେଡ୍ର ପରିଚାଳନା ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇବେ। ଶୁବ୍ର କୁମାର ପଣ୍ଡାଙ୍କୁ ଓଡ଼ିଶା ଆଗ୍ରୋ ଇଣ୍ଡଷ୍ଟ୍ରିଜ୍ କର୍ପୋରେସନର ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ସେହିପରି, ସଂଗ୍ରାମ କେଶରୀ ମହାପାତ୍ରଙ୍କୁ ସମ୍ବଲପୁର ଉତ୍ତରାଞ୍ଚଳ ରାଜସ୍ୱ କମିଶନର (RDC) ଭାବେ ନିଯୁକ୍ତ କରାଯାଇଛି। ଏହା ସହ ସେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଦାୟିତ୍ୱ ମଧ୍ୟ ତୁଲାଇବେ। ପୂର୍ବରୁ ସେ ବ୍ରହ୍ମପୁର ଦକ୍ଷିଣାଞ୍ଚଳ RDC ଦାୟିତ୍ୱରେ ଥିଲେ।
କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଥିବା ଶୁଭମ ସକ୍ସେନାଙ୍କୁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (BDA)ର ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ଗାଭାଲି ପରାଗ ହର୍ଷଦଙ୍କୁ NHMର ପରିଚାଳନା ନିର୍ଦ୍ଦେଶକ ଦାୟିତ୍ୱ ଦିଆଯାଇଛି। ଏହି ପ୍ରଶାସନିକ ଅଦଳବଦଳ ମାଧ୍ୟମରେ କୃଷି, ସ୍ୱାସ୍ଥ୍ୟ, ରାଜସ୍ୱ ଓ ଅନ୍ୟାନ୍ୟ ବିଭାଗର ଦାୟିତ୍ୱ ବଣ୍ଟନରେ ପରିବର୍ତ୍ତନ ହୋଇଛି।

