Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

Cyclone Arnab: ବାତ୍ୟା ପାଇଁ ୧୫ ଜିଲ୍ଲାରେ ସ୍କୁଲ ଛୁଟି! କିଛି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ରାଜ୍ୟର ୧୫ଟି ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କରାଯାଇଛି। ବର୍ଷା ଓ ପବନ ଆଶଙ୍କାରେ ରାୟଗଡ଼ା, ନବରଙ୍ଗପୁର, ମାଲକାନଗିରି, ଗଜପତି, କୋରାପୁଟ, କନ୍ଧମାଳ, ଯାଜପୁର ଓ ନୂଆପଡ଼ା ଜିଲ୍ଲାରେ ଅକ୍ଟୋବର ୨୯ ତାରିଖ ପର୍ଯ୍ୟନ୍ତ ସ୍କୁଲ ବନ୍ଦ ରହିବ।

ସେହିପରି ଗଞ୍ଜାମ ଜିଲ୍ଲାରେ ଅକ୍ଟୋବର ୩୦ ଏବଂ ଖୋର୍ଦ୍ଧା ଜିଲ୍ଲାରେ ଅକ୍ଟୋବର ୩୧ ପର୍ଯ୍ୟନ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ପୁରୀ, କଟକ, ବଲାଙ୍ଗୀର, କଳାହାଣ୍ଡି ଓ କେନ୍ଦ୍ରାପଡ଼ା ଜିଲ୍ଲାରେ କେବଳ ଆଜି ପାଇଁ ଛୁଟି ଘୋଷଣା କରାଯାଇଛି।

ଏହି ନିଷ୍ପତ୍ତି ସରକାରୀ ଓ ଘରୋଇ ସ୍କୁଲ, ଉଚ୍ଚ ମାଧ୍ୟମିକ ଶିକ୍ଷାନୁଷ୍ଠାନ, ଓଏଭି, ଅଙ୍ଗନବାଡ଼ି ଓ କଲେଜ ପାଇଁ ଲାଗୁ ହେବ। ତେବେ ଶିକ୍ଷକ ଓ ଅନ୍ୟ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଥିବା ସୂଚନା ମିଳିଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ