Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

CM Mohan Majhi Ganjam Visit: ଆଜି ଗଞ୍ଜାମ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ, ବନ୍ୟା ଅଞ୍ଚଳ ପରିଦର୍ଶନ କରିବା ସହ କ୍ଷୟକ୍ଷତିର ସମୀକ୍ଷା ମଧ୍ୟ କରିବେ

ଗଞ୍ଜାମ: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଗଞ୍ଜାମ ଜିଲ୍ଲା ଗସ୍ତରେ ଯାଇ ବନ୍ୟା ପ୍ରଭାବିତ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କରିବେ। ଆକାଶମାର୍ଗରୁ ବନ୍ୟାଞ୍ଚଳ ବୁଲି ଦେଖିବା ସହ କ୍ଷୟକ୍ଷତିର ସମୀକ୍ଷା କରିବେ। ଏହି ଗସ୍ତରେ ତାଙ୍କ ସହ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଓ ପରିବହନ ମନ୍ତ୍ରୀ ବିଭୂତି ଜେନା ମଧ୍ୟ ଯିବେ। ଆସିକା, ସୋରଡ଼ା, ହିଞ୍ଜିଳି, ବେଲଗୁଣ୍ଠା ଓ ଭଞ୍ଜନଗର ଅଞ୍ଚଳରେ ବନ୍ୟା ଯୋଗୁଁ କେତେ କ୍ଷତି ହୋଇଛି ଏବଂ କେତେ ଘର ଭାଙ୍ଗିଛି, ତାହା ଅନୁଧ୍ୟାନ କରାଯିବ।

ବାତ୍ୟା ‘ଅର୍ଣ୍ଣବ’ ଆନ୍ଧ୍ରପ୍ରଦେଶରେ ସ୍ଥଳଭାଗ ଛୁଇଁଥିଲେ ମଧ୍ୟ ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇଛି। ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ବନ୍ୟା ସ୍ଥିତି ସୃଷ୍ଟି ହୋଇ ଜନଜୀବନ ପ୍ରଭାବିତ ହୋଇଛି। ଏହାସହ ଗଜପତି ଓ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ଭୂସ୍ଖଳନ ହୋଇଥିବା ସୂଚନା ମିଳିଛି।

ବନ୍ୟା ଯୋଗୁଁ ଘରଦ୍ୱାର ଓ ଅନ୍ୟାନ୍ୟ ସମ୍ପତ୍ତିର କ୍ଷୟକ୍ଷତି ହୋଇଥିବାରୁ ପ୍ରଭାବିତ ଅଞ୍ଚଳରେ ସ୍ଥିତି ଆକଳନ ଗୁରୁତ୍ୱପୂର୍ଣ୍ଣ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ଆକାଶମାର୍ଗରୁ ଅନୁଧ୍ୟାନ ପରେ କ୍ଷୟକ୍ଷତିର ପରିମାଣ ଓ ପ୍ରଭାବିତ ଲୋକଙ୍କ ସ୍ଥିତି ସମ୍ପର୍କରେ ଅଧିକ ତଥ୍ୟ ସାମ୍ନାକୁ ଆସିବ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories