Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କୁଚିଣ୍ଡା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ‘ଜାତୀୟ ଏକତା ଦିବସ’ ପାଳିତ: ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ

ଜମନକିରା : ଭାରତର ଲୌହମାନବ ତଥା ପ୍ରଥମ ଗୃହମନ୍ତ୍ରୀ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ଆଜି କୁଚିଣ୍ଡାଠାରେ ‘ଜାତୀୟ ଏକତା ଦିବସ’ (ରାଷ୍ଟ୍ରୀୟ ଏକତା ଦିବସ) ମର୍ଯ୍ୟାଦାର ସହ ପାଳିତ ହୋଇଯାଇଛି। ଦେଶର ଏକତା, ଅଖଣ୍ଡତା ଏବଂ ସୁରକ୍ଷା ବଜାୟ ରଖିବା ଲକ୍ଷ୍ୟରେ କୁଚିଣ୍ଡା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ପୂର୍ବାହ୍ନ ୧୧ଟାରେ ଏକ ସ୍ୱତନ୍ତ୍ର ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।
ଏହି କାର୍ଯ୍ୟକ୍ରମରେ ଉପଜିଲ୍ଲାପାଳ ଶ୍ରୀ ସରୱାନନ୍ ସ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ତାଙ୍କ ତତ୍ତ୍ୱାବଧାନରେ ଉପଜିଲ୍ଲାପାଳ କାର୍ଯ୍ୟାଳୟର ସମସ୍ତ ବିଭାଗୀୟ ଅଧିକାରୀ ତଥା କର୍ମଚାରୀମାନେ ଏକତ୍ରିତ ହୋଇ ଡାହାଣ ହାତ ଆଗକୁ ବଢ଼ାଇ ସମୂହ ଶପଥ ଗ୍ରହଣ କରିଥିଲେ। ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ଓ ଏକତାକୁ ସୁଦୃଢ଼ କରିବା ସହିତ ନିଜ ନିଜ ଦାୟିତ୍ୱ ଓ କର୍ତ୍ତବ୍ୟକୁ ନିଷ୍ଠାର ସହ ସମ୍ପାଦନ କରିବାକୁ ଏହି ଅବସରରେ ସମସ୍ତେ ସଂକଳ୍ପ ନେଇଥିଲେ।
ଦେଶ ଗଠନ ତଥା ରାଷ୍ଟ୍ରୀୟ ଏକତ୍ରୀକରଣରେ ସର୍ଦ୍ଦାର ପଟେଲଙ୍କ ଅତୁଳନୀୟ ଅବଦାନକୁ ସ୍ମରଣ କରି ଉପସ୍ଥିତ ସମସ୍ତ କର୍ମଚାରୀ ରାଷ୍ଟ୍ରର ସାର୍ବଭୌମତ୍ୱ ଓ ଶାନ୍ତି ରକ୍ଷା ପାଇଁ ସର୍ବଦା ପ୍ରତିବଦ୍ଧ ରହିବେ ବୋଲି ବାର୍ତ୍ତା ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଉପଖଣ୍ଡ ପ୍ରଶାସନର ବହୁ ପଦାଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories