Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କଳାହାଣ୍ଡି ବରପୁତ୍ର ରାସ ବିହାରୀ ବେହେରା ଙ୍କ ପରଲୋକ।

କଳାହାଣ୍ଡି,୦୪/୧୧
କଳାହାଣ୍ଡିର ପୂର୍ବତନ ମନ୍ତ୍ରୀ ତଥା ସାଂସଦ ରାସ ବିହାରୀ ବେହେରାଙ୍କ ୮୮ ବର୍ଷ ବୟସରେ ମଙ୍ଗଳବାର ବିଳମ୍ବିତ ରାତିରେ ଭବାନୀପାଟଣା ସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି। ତାଙ୍କ ପରଲୋକ ଖବର ପ୍ରଚାରିତ ହେବାପରେ କଳାହାଣ୍ଡି ଜିଲାରେ ଶୋକର ଛାୟା ଖେଳିଯାଇଛି।
୧୯୩୮ ମସିହା ଏପ୍ରିଲ ମାସ ୧୨ ତାରିଖରେ ସେ ଜୁନାଗଡ଼ ବ୍ଲକ ମହିଚଳା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ। ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର ଓ ଲୋକସଭାର ସାଂସଦ ଭାବରେ ଥରେ କାର୍ଯ୍ୟ କରିଛନ୍ତି। ୧୯୭୭ ଓ ୧୯୮୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ କଂଗ୍ରେସରୁ ସେ କୋକସରା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୭ମ ଓ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ। ସେହିପରି ୧୯୮୦ ଭାରତୀୟ ସାଧାରଣ ନିର୍ବାଚନରେ ସେ କଳାହାଣ୍ଡି ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ୭ମ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ। ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀବଲ୍ଲଭ ପଟ୍ଟନାୟକ ଙ୍କ ମନ୍ତ୍ରୀ ମଣ୍ଡଳରେ କୃଷି ମନ୍ତ୍ରୀ ମଧ୍ୟ ରହିଥିଲେ। ଭାରତୀୟ ଜାତୀୟ କଂଗ୍ରେସ ଦଳର ଜଣେ ଆଦର୍ଶବାଦୀ ନେତା ଭାବରେ ସେ ରାଜ୍ୟ ରାଜନୀତି ସହ ଜାତୀୟ ସ୍ତରରେ ମଧ୍ୟ ଓଡ଼ିଶାର ପ୍ରତିନିଧିତ୍ୱ କରିଛନ୍ତି। ନିଜର ଦୀର୍ଘ ରାଜନୈତିକ ଜୀବନ ମଧ୍ୟରେ ସେ ଜନସେବା ଏବଂ ଅଞ୍ଚଳର ବିକାଶ ପାଇଁ ନିଜକୁ ଉତ୍ସର୍ଗ କରିଥିଲେ। ତାଙ୍କ ବିୟୋଗ ରେ କଳାହାଣ୍ଡି ଜିଲ୍ଲାରେ ଶୋକ ର ଛାୟା ଖେଳିଯାଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ