Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜମନକିରାରେ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’ର ଭିତ୍ତିପ୍ରସ୍ତର ସ୍ଥାପିତ: କୁଲୁଣ୍ଡି, କଟଙ୍ଗପାଣି ଓ ଧୁଡିପାଲି ପଞ୍ଚାୟତରେ ଉତ୍ସବ

ଜମନକିରା : ସମ୍ବଲପୁର ଜିଲ୍ଲା ଜମନକିରା ବ୍ଲକରେ ପ୍ରାଥମିକ ଶିକ୍ଷାର ଗୁଣାତ୍ମକ ବିକାଶ ଲକ୍ଷ୍ୟରେ ‘ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’ ଯୋଜନା ଅଧୀନରେ ତିନୋଟି ପଞ୍ଚାୟତରେ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବ୍ଲକର କୁଲୁଣ୍ଡି, କଟଙ୍ଗପାଣି ଏବଂ ଧୁଡିପାଲି ପଞ୍ଚାୟତରେ ଏହି ଆଦର୍ଶ ବିଦ୍ୟାଳୟ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ଫଳକ ଉନ୍ମୋଚନ କରାଯାଇଛି।
ରାଜ୍ୟସ୍ତରୀୟ ଭର୍ଚୁଆଲ ସମାରୋହରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନ୍ସିଂ (ଭିସି) ଜରିଆରେ ଯୋଡ଼ି ହୋଇଥିବା ବେଳେ ସ୍ଥାନୀୟ କାର୍ଯ୍ୟକ୍ରମରେ ରାଜ୍ୟ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ପଞ୍ଚାୟତିରାଜ ଓ ପାନୀୟଜଳ ମନ୍ତ୍ରୀ ରବି ନାରାୟଣ ନାଏକ ଏବଂ ସମ୍ବଲପୁର ଜିଲ୍ଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ।
ଏହି ଅବସରରେ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀ, ସ୍ଥାନୀୟ ବ୍ଲକ ପ୍ରଶାସନ, ମନ୍ତ୍ରୀ ଓ ସାଂସଦଙ୍କ ପ୍ରତିନିଧି, ପଞ୍ଚାୟତ ପ୍ରତିନିଧି ଏବଂ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ। ଗ୍ରାମାଞ୍ଚଳରେ ଛାତ୍ରଛାତ୍ରୀଙ୍କୁ ଉନ୍ନତ ଭିତ୍ତିଭୂମି ଓ ଆଧୁନିକ ମାନର ଗୁଣାତ୍ମକ ପ୍ରାଥମିକ ଶିକ୍ଷା ଯୋଗାଇବାରେ ଏହି ଆଦର୍ଶ ବିଦ୍ୟାଳୟଗୁଡ଼ିକ ଏକ ମାଇଲଖୁଣ୍ଟ ସାବ୍ୟସ୍ତ ହେବ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ। ସ୍ଥାନୀୟ ଜନସାଧାରଣ ଓ ଅଭିଭାବକମାନେ ମଧ୍ୟ ବହୁ ସଂଖ୍ୟାରେ ଏକତ୍ରିତ ହୋଇ ଉତ୍ସାହର ସହ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories