Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

Cuttack Fire Accident: ହାତୀପୋଖରୀରେ ୩ ମହଲା କୋଠାରେ ଅଗ୍ନିକାଣ୍ଡ, ନାବାଳକ ମୃତ; ଜଣେ ଗୁରୁତର!

କଟକ: କଟକ ହାତୀପୋଖରୀ ଅଞ୍ଚଳରେ ଏକ ତିନି ମହଲା କୋଠାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଅଘଟଣରେ ଜଣେ ନାବାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ବୟସ୍କ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁସାରେ, କୋଠାରେ ହଠାତ୍ ନିଆଁ ଲାଗିବା ପରେ ଚାରିଆଡ଼େ ଆତଙ୍କ ଖେଳିଯାଇଥିଲା। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା ସହ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା। ପ୍ରାୟ ୩ ଘଣ୍ଟାର ପରିଶ୍ରମ ପରେ ନିଆଁକୁ ଆୟତ୍ତ କରାଯାଇଥିଲା। ଏହାପରେ ଦୁଇ ଗୁରୁତରଙ୍କୁ ଉଦ୍ଧାର କରି ହସ୍ପିଟାଲ ପଠାଯାଇଥିଲା।

ତେବେ ଚିକିତ୍ସାଧୀନ ଅବସ୍ଥାରେ ନାବାଳକଙ୍କ ଜୀବନ ଚାଲିଯାଇଛି। ଅନ୍ୟ ବୟସ୍କ ବ୍ୟକ୍ତିଙ୍କ ଅବସ୍ଥା ଏବେ ମଧ୍ୟ ଗୁରୁତର ରହିଛି। ଏହି ଅଗ୍ନିକାଣ୍ଡ କେଉଁ କାରଣରୁ ଘଟିଲା, ତାହା ଏଯାଏଁ ସ୍ପଷ୍ଟ ହୋଇନାହିଁ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ