Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

Ama Bus Accident: ଖୋର୍ଦ୍ଧା,ପିତାପଲ୍ଲୀ ଛକରେ ସ୍କୁଲ ପିଲାଙ୍କ ଅଟୋକୁ ଧକ୍କା ଦେଲା ଆମ ବସ୍‌, ୪ ଛାତ୍ରଛାତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ପିତାପଲ୍ଲୀ ଛକ ନିକଟରେ ଏକ ସ୍କୁଲ ପିଲାଙ୍କୁ ନେଇ ଯାଉଥିବା ଅଟୋକୁ ଧକ୍କା ଦେଇଛି ଆମ ବସ୍‌। ଏହି ଦୁର୍ଘଟଣାରେ ଅଟୋ ଡ୍ରାଇଭରଙ୍କ ସମେତ ୮ ଜଣ ଛାତ୍ରଛାତ୍ରୀ ଗୁରୁତର ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିଛି।

ସୂଚନା ଅନୁସାରେ, ଖୋର୍ଦ୍ଧା ଜିଲ୍ଲା ଗଙ୍ଗପଡ଼ାରୁ ଏକ ଘରୋଇ ସ୍କୁଲର ଛାତ୍ରଛାତ୍ରୀଙ୍କୁ ନେଇ ଅଟୋଟି ସର୍ଭିସ୍‌ ରୋଡ୍‌ ଦେଇ ଖୋର୍ଦ୍ଧା ଅଭିମୁଖେ ଯାଉଥିଲା। ଏହି ସମୟରେ ଖୋର୍ଦ୍ଧାରୁ ଭୁବନେଶ୍ୱର ଯାଉଥିବା ଆମ ବସ୍‌ଟି ଅଟୋକୁ ସାମ୍ନାପଟୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ଆହତଙ୍କୁ ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟ ଏବଂ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଛି।

ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଥିଲା। ଉତ୍ତ୍ୟକ୍ତ ଲୋକେ ଆମ ବସ୍‌ର କାଚ ଭାଙ୍ଗି ଦେଇଥିବା ସୂଚନା ମିଳିଛି। ଖବର ପାଇ ଇନ୍‌ଫୋଭ୍ୟାଲି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିବା ସହ ଦୁର୍ଘଟଣାର ତଦନ୍ତ ଆରମ୍ଭ କରିଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories