PM Awas Yojana: ଆଜି ବଲାଙ୍ଗୀରରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଶୁଭାରମ୍ଭ, ପ୍ରାୟ ୭ ଲକ୍ଷ ପରିବାର ପାଇବେ ସହାୟତା
ବଲାଙ୍ଗୀର: ବଲାଙ୍ଗୀରର ପଥରଚେପା ପଡ଼ିଆରେ ଆଜି ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଶୁଭାରମ୍ଭ ପାଇଁ ଏକ ବିଶାଳ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଗ୍ରାମାଞ୍ଚଳର ବିକାଶ ସହ ଗରିବ ଓ ଆବାସ ଅପେକ୍ଷାରେ ଥିବା ପରିବାରଙ୍କୁ ପକ୍କା ଘର ଯୋଗାଇବା ଏହି ଯୋଜନାର ମୁଖ୍ୟ ଉଦ୍ଦେଶ୍ୟ।
ଏହି ଯୋଜନା ମାଧ୍ୟମରେ ରାଜ୍ୟର ପ୍ରାୟ ୭ ଲକ୍ଷ ପରିବାର ଉପକୃତ ହେବେ। ଦୀର୍ଘଦିନ ଧରି ଘର ପାଇଁ ଅପେକ୍ଷା କରିଥିବା ଲୋକଙ୍କୁ ଏହାଦ୍ୱାରା ସହାୟତା ମିଳିବ। ଗ୍ରାମୀଣ ଅଞ୍ଚଳରେ ଲୋକଙ୍କ ଜୀବନଧାରଣ ମାନରେ ଉନ୍ନତି ଆଣିବା ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଛି।
କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶିବରାଜ ସିଂହ ଚୌହାନ, ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଓ ମନ୍ତ୍ରୀ ରବି ନାରାୟଣ ନାୟକଙ୍କ ସମେତ ଅନ୍ୟ ଅତିଥିମାନେ ଉପସ୍ଥିତ ଅଛନ୍ତି।

