Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ମଧୁପୁର ସରକାରୀ ଆଶ୍ରମ ବିଦ୍ୟାଳୟରେ ଜନଜାତି ଗୌରବ ଦିବସ ପାଳିତ

କଳାହାଣ୍ଡି,୧୫/୧୧- ଧରତୀ ଆବା ଭଗବାନ ବୀର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମଜୟନ୍ତୀ ଅବସରରେ ଆଜି ଲାଞ୍ଜିଗଡ଼ ବ୍ଲକ ମଧୁପୁରସ୍ଥିତ ସରକାରୀ ଏସଏସଡି ଆଶ୍ରମ ବିଦ୍ୟାଳୟରେ ଜନଜାତୀୟ ଗୌରବ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଅଭିଭାବକମାନଙ୍କୁ ନେଇ ଏକ ସ୍ୱତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟର ପ୍ରଧାନଶିକ୍ଷକ ସନ୍ତୋଷ କୁମାର ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଗୋବର୍ଦ୍ଧନପୁର ସରପଞ୍ଚ ବୈଦେହୀ ମାଝୀ ଯୋଗ ଦେଇଥିବାବେଳେ ମୁଖ୍ୟବକ୍ତା ଭାବେ ଅବସରପ୍ରାପ୍ତ ଶିକ୍ଷକ ଶୋଭାବନ ଛତର ଯୋଗ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ଶମ୍ଭୁପ୍ରସାଦ ସାହୁ, କେତନ ଛତର, ତପନ ମାଝୀ, ସାମ୍ବାଦିକ ମଧୁସୂଦନ ମହାପାତ୍ର ପ୍ରମୁଖ ମଞ୍ଚାସୀନ ଥିଲେ। ଶିକ୍ଷକ ଚିତ୍ତ ରଞ୍ଜନ ସାହୁ ସଭା ପରିଚାଳନା କରିଥିବାବେଳେ ଶିକ୍ଷୟିତ୍ରୀ ମାୟା ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ। ଏଥିରେ ଛାତ୍ରଛାତ୍ରୀ ତଥା ଅଭିଭାବକମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା କରାଯିବା ସହ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ସେହିପରି ସଭା ଶେଷରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା। ବିଦ୍ୟାଳୟର ମେଟ୍ରନ ଚାରୁଲତା ଦୁବେଙ୍କ ସହିତ କଳାକାହ୍ନୁ ଛତର, ଶକୁନ୍ତଳା ମାଝୀ, ମନ୍ଦାକିନୀ ମାଝୀ, କ୍ଷିତିସୂତା ମାଝୀ, ଲତା ସାହୁ, କ୍ଷୀର ମାଝୀ, ସୁରେଖା ଛତର, ଲୁବନ୍ତି ମାଝୀ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ