Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବୀରମହାରାଜପୁର ବ୍ଲକ ସଭା ଗୃହରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଶୁଣାଣି ଶିବିରରେ 93 ଟି ଦରଖାସ୍ତ ଗ୍ରହଣ

ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଆଜି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି। ସୋମବାର ଏହି ଶିବିରରେ ଜିଲ୍ଲାପାଳ ଶ୍ରୀ ଦେବାଶିଷ ସିଂ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାୟକ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ସର୍ବମୋଟ ୯୩ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିଲା l ସେଥିମଧ୍ୟରୁ ୭୬ଟି ବ୍ୟକ୍ତିଗତ ଏବଂ ୧୭ଟି ସାମୂହିକ ଦରଖାସ୍ତ ଥିଲା ଏବଂ ଗୋଟିଏ ଦରଖାସ୍ତର ସ୍ଥାନରେ ହିଁ ସମାଧାନ କରାଯାଇଥିଲା। ବାକି ଦରଖାସ୍ତଗୁଡ଼ିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କ ନିକଟକୁ ପ୍ରେରଣ କରାଯାଇଛି।
ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଶ୍ରୀ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀ ଅନୁରୁଦ୍ଧ ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର ଶ୍ରୀ ଅଶ୍ୱିନୀ ମେହେର, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ. ଉଷାରାଣୀ ଦାସ, ବ୍ଲକ ଉନ୍ନୟନ ଅଧିକାରୀ ଶ୍ରୀ ରାଜୀବ ହଂସଦା, ସହାୟକ ଜିଲ୍ଲାପାଳ (ଜନ ଅଭିଯୋଗ) ପ୍ରିୟ ଦର୍ଶିନୀ ସାହୁ, ପ୍ରମୁଖ ମଞ୍ଚାସୀନ ଥିଲେ।
ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ତାଙ୍କର ବ୍ଲକ ପ୍ରତିନିଧିମାନେ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ