Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଦେବଗିରି ବାର୍ତ୍ତା ସମ୍ମାନରେ ସମ୍ମାନୀତ ହେବେ ଯୁବ ସାମ୍ବାଦିକ ତୁଳାରାମ ବେହେରା

କଳାହାଣ୍ଡି,୧୭/୧୧: ରାଜ୍ୟସ୍ତରୀୟ କୁମାରସ୍ବାମୀ ମହୋତ୍ସବ ଅବସରରେ ଯୁବ ସାମ୍ବାଦିକ ତୁଳାରାମ ବେହେରାଙ୍କୁ ମର୍ଯ୍ୟାଦାଜନକ ‘ଦେବଗିରି ବାର୍ତ୍ତା ସମ୍ମାନ-୨୦୨୬’ ପ୍ରଦାନ କରାଯିବ। କୋକସରା ବ୍ଲକ ଅନ୍ତର୍ଗତ କୁସୁମଖୁଣ୍ଟିର ସୁବର୍ଣ୍ଣି ବେହେରା ଓ ରଘୁନାଥ ବେହେରାଙ୍କ ସୁପୁତ୍ର ତୁଳାରାମ ୨୦୧୯ ମସିହାରେ ଓଡ଼ିଆ ବାର୍ତ୍ତାରୁ ତାଙ୍କର ସାମ୍ବାଦିକତା ଜୀବନ ଆରମ୍ଭ କରିଥିଲେ। ବର୍ତ୍ତମାନ ସେ ଦର୍ଶନ ଖବର କାଗଜର କୋକସରା ବ୍ଲକ ପ୍ରତିନିଧି ଭାବେ ଜନତାଙ୍କ ସ୍ବରକୁ ପ୍ରଶାସନ ପାଖରେ ପ୍ରଭାବି ଢଙ୍ଗରେ ଉପସ୍ଥାପନ କରି ଆସୁଛନ୍ତି। ଉତ୍କୃଷ୍ଟ ମାନର ସମ୍ବାଦ ସହ ଗ୍ରାମାଞ୍ଚଳ ଓ ଉପାନ୍ତ ଅଞ୍ଚଳର ଖବର ପରିବେଷଣ ପାଇଁ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ସେ ସମ୍ମାନିତ ହୋଇଛନ୍ତି। ଏହାସହ ଜଣେ ଯୁବ ସଂଗଠକ ଭାବେ ସେ ବିଭିନ୍ନ ଅନୁଷ୍ଠାନ ସହ ଜଡ଼ିତ ହୋଇ ଆସୁଛନ୍ତି। କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ଅନ୍ତର୍ଗତ ବୁଢ଼ୀପଦରଠାରେ ଆସନ୍ତା ନଭେମ୍ବର ୨୨ରୁ ୨୫ ତାରିଖ ଯାଏଁ ଆୟୋଜିତ ହେବାକୁଥିବା ରାଜ୍ୟର ଅଗ୍ରଣୀ ସଂସ୍ଥା ଦେବଗିରି ସାଂସ୍କୃତିକ ଅନୁଷ୍ଠାନର ୩୪ତମ ବାର୍ଷିକ ଉତ୍ସବ ତଥା ରାଜ୍ୟସ୍ତରୀୟ କୁମାରସ୍ୱାମୀ ମହୋତ୍ସବର ‘ଗୋସିଙ୍ଗ ଦୈତ୍ୟ ଦରବାର’ରେ ତାଙ୍କୁ ସମ୍ମାନିତ କରାଯିବ। ଏନେଇ ସୂଚନା ଦେଇଛନ୍ତି ଦେବଗିରି ସାଂସ୍କୃତିକ ଅନୁଷ୍ଠାନର ସାଧାରଣ ସମ୍ପାଦକ ସୁନୀଲ କୁମାର ଧଙ୍ଗଡ଼ାମାଝୀ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ