ମା’ ଗୃହ ଓ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କଲେ ମିଶନ ଶକ୍ତି କମିଶନର ତଥା ଶାସନ ସଚିବ ଶ୍ରୀମତୀ ମାନସୀ ନିମ୍ବାଲ
ପାରଳାଖେମୁଣ୍ଡି:୧୯/୧୧(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ପୂର୍ବରୁ ଜିଲ୍ଲପାଳ ରହିଥିବା ଏବଂ ବର୍ତ୍ତମାନ ରାଜ୍ଯ ମିଶନ ଶକ୍ତି କମିଶନର-ତଥା-ଶାସନ ସଚିବ ଶ୍ରୀମତୀ ମାନସୀ ନିମ୍ଭାଲ ରାୟଗଡ଼ ବ୍ଲକ ଅନ୍ତର୍ଗତ ମା’ ଗୃହ ସମେତ ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ଆଶ୍ରୟସ୍ଥଳୀରେ ରହୁଥିବା ସ୍ଥାନାନ୍ତରିତ ଗର୍ଭବତୀ ମହିଳା ଓ ଅନ୍ୟାନ୍ୟ ଲୋକଙ୍କ ସହ ଆଲୋଚନା କରି ସେମାନଙ୍କ ସୁବିଧା, ସୁରକ୍ଷା ଓ ଆବଶ୍ୟକତା ସମ୍ପର୍କରେ ପଚାରି ବୁଝିଥିଲେ।ଏଥିସହ ଆଶ୍ରୟସ୍ଥଳୀରେ ରହୁଥିବା ଲୋକଙ୍କୁ ଆବଶ୍ୟକୀୟ ସୁବିଧା ଓ ସହାୟତା ଠିକ୍ ଭାବେ ମିଳୁଛି କି ନାହିଁ, ସେ ସମ୍ପର୍କରେ ମଧ୍ୟ ସେ ଅନୁଧ୍ୟାନ କରିଥିଲେ।ଏହି ପରିଦର୍ଶନ ସମୟରେ ପିଏ, ଆଇଟିଡିଏ, ରାୟଗଡ଼ ବିଡିଓ, ଡିପିଏମ୍, ସିଡିପିଓଙ୍କ ସମେତ ବ୍ଲକର ବିଭିନ୍ନ ବିଭାଗର ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ଥିଲେ।

