Ganjam News: ସରକାରୀ Quarterରୁ ମିଳିଲା ମହିଳା ASIଙ୍କ ଝୁଲନ୍ତା ମୃତଦେହ, ମୃତ୍ୟୁକୁ ନେଇ ରହସ୍ୟ
ଗଞ୍ଜାମ: ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁରରେ ଚାଞ୍ଚଲ୍ୟ। ସରକାରୀ କ୍ୱାର୍ଟର୍ସରୁ ଜଣେ ମହିଳା ପୋଲିସ ASIଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ମହିଳା ଅଧିକାରୀ ହେଉଛନ୍ତି ପୁରୁଷୋତ୍ତମପୁର ଥାନାରେ କାର୍ଯ୍ୟରତ ASI ପ୍ରଭାସିନୀ ସାହୁ। ତାଙ୍କ ମୃତଦେହ ଉଦ୍ଧାର ପରେ ପୋଲିସ ବିଭାଗରେ ଚାଞ୍ଚଲ୍ୟ ଖେଳିଯାଇଛି। ପ୍ରାଥମିକ ଭାବେ ଏହା ଆତ୍ମହତ୍ୟା ହୋଇଥାଇପାରେ ବୋଲି ସନ୍ଦେହ କରାଯାଉଛି। ତେବେ ମୃତ୍ୟୁର ପ୍ରକୃତ କାରଣ ଏଯାଏଁ ସ୍ପଷ୍ଟ ହୋଇନାହିଁ।
ଘଟଣା ସମ୍ପର୍କରେ ଖବର ପାଇ ଗଞ୍ଜାମ ଏସ୍ପି ହରିଶ ବିଶି ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି। ପୋଲିସ ପକ୍ଷରୁ ମୃତ୍ୟୁର କାରଣ ଜାଣିବା ପାଇଁ ବିଭିନ୍ନ ଦିଗରୁ ତଦନ୍ତ ଜାରି ରହିଛି। ଏହା ଆତ୍ମହତ୍ୟା ନା ମୃତ୍ୟୁ ପଛରେ ଅନ୍ୟ କୌଣସି କାରଣ ରହିଛି, ତାହା ତଦନ୍ତ ପରେ ସ୍ପଷ୍ଟ ହେବ।

