Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ଠାରେ ଜାତୀୟ ସମ୍ବିଧାନ ଦିବସ ପାଳିତ

ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ଠାରେ ଜାତୀୟ ସମ୍ବିଧାନ ଦିବସ ପାଳିତ

ପାରଳାଖେମୁଣ୍ଡି:୨୬/୧୧(ଗରୁଡ଼ ଧ୍ୱଜ ଚୌଧୁରୀ)
ଗଜପତି ଜିଲ୍ଲାରେ ଜାତୀୟ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କ ଅଧକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନୀ ମାଝୀ,ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ସୁଶ୍ରୀ ଭଗତ ସାମଲ କଲ୍ୟାଣ ରାଓ, ଏସିଏଫ୍ ପାରଳାଖେମୁଣ୍ଡି ଶ୍ରୀ ଗୋବିନ୍ଦରାମ ଏ ଙ୍କ ଉପସ୍ଥିତିରେ ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଭାରତୀୟ ସମ୍ବିଧାନର ମୂଳମନ୍ତ୍ର ନ୍ୟାୟ, ସ୍ୱାଧୀନତା, ସମାନତା ଓ ଭାତୃତ୍ୱର ଆଦର୍ଶକୁ ବଜାୟ ରଖିବା ସହ ସମ୍ବିଧାନର ମୂଲ୍ୟବୋଧ ଓ ନୀତିନିୟମ ପ୍ରତି ସର୍ବଦା ନିଷ୍ଠାବାନ ରହିବାକୁ ପ୍ରସ୍ତାବନା ପାଠ କରିଥିଲେ।
ସେହିପରି ଜିଲ୍ଲା ପରିଷଦ ପକ୍ଷରୁ ସ୍ଥାନୀୟ ଜିଲ୍ଲା ପଞ୍ଚାୟତ ସମ୍ବଳ କେନ୍ଦ୍ରଠାରେ ମଧ୍ୟ ଜାତୀୟ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି। ଏଥିରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଦୟାମୟ ପାଢ଼ୀ ଅଧ୍ୟକ୍ଷତାରେ ଜିଲ୍ଲା ପଞ୍ଚାୟତ ଅଧିକାରୀ ଶ୍ରୀ ଅଶୋକ କୁମାର ପଟ୍ଟନାୟକ ସମେତ ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ।ଏହି ଦିବସର ଭାରତୀୟ ସମ୍ବିଧାନର ମହତ୍ତ୍ୱ ଓ ଏହାର ମୂଳ ଆଦର୍ଶ ସମ୍ପର୍କରେ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା। ବାବାସାହେବ ଡ. ବି.ଆର୍. ଆମ୍ବେଦକରଙ୍କ ଅଧ୍ୟକ୍ଷତାରେ ସମ୍ବିଧାନ ପ୍ରଣୟନ ସମିତି ଭାରତୀୟ ସମ୍ବିଧାନ ପ୍ରସ୍ତୁତ କରିଥିବା ସମ୍ପର୍କରେ ଉଲ୍ଲେଖ କରିଥିଲେ। ଜାତି, ଧର୍ମ, ବର୍ଣ୍ଣ ଓ ଲିଙ୍ଗ ନିର୍ବିଶେଷରେ ଆମେ ସମସ୍ତେ ଭାରତୀୟ ଏବଂ ସମ୍ବିଧାନ ସମସ୍ତଙ୍କୁ ସମାନ ଅଧିକାର ଓ ମର୍ଯ୍ୟାଦା ପ୍ରଦାନ କରିଛି ବୋଲି ମତବ୍ୟକ୍ତ କରିଥିଲେ।5

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories