Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କୋକସରା ଓଡିଶା ଆଦର୍ଶ ବିଦ୍ୟାଳୟ ରେ ବିଜ୍ଞାନ ମେଳା ଅନୁଷ୍ଠିତ।

କଳାହାଣ୍ଡି,୨୬/୧୧
କୋକସରା ବ୍ଲକ ବଙ୍ଗୋମୁଣ୍ଡା ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ରେ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶିତ ମେଳା ଅନୁଷ୍ଠିତ ହୋଇଥିଲା।ଓଏଭି ବିଦ୍ୟାଳୟ ର ଅଧ୍ୟକ୍ଷା ନିଝିମ ରାଣୀ ପଣ୍ଡିତ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବିଜ୍ଞାନ ମେଳା କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ କୋକସରା ତହସିଲଦାର ଚୋ ଡ଼ ଗଙ୍ଗ ପ୍ରଧାନ, ମୁଖ୍ୟ ବକ୍ତା ଭାବେ ବ୍ଲକ ଶିକ୍ଷା ଅଧିକାରୀ ମହେଶ ଭାଟି ଯୋଗଦେଇ ଛାତ୍ରଛାତ୍ରୀ ଙ୍କୁ ଆଜିର ଡିଜିଟାଲ ଯୁଗରେ ବିଜ୍ଞାନ ର ଉପଯୋଗ ଓ ନୂତନ ଜ୍ଞାନ କୌଶଳ ଆହରଣ କରି ବିଜ୍ଞାନ ପ୍ରତି ରୁଚି ରଖି ଆଗକୁ ଜଣେ ସଫଳ ଯୁବ ବୈଜ୍ଞାନିକ ହେବାକୁ ଅନୁପ୍ରାଣିତ କରିଥିଲେ। ଏହି ଅବସରରେ ଛାତ୍ରଛାତ୍ରୀ ଙ୍କ ଦ୍ଵାରା ବିଜ୍ଞାନ ଉପରେ ନିର୍ମିତ ହୋଇଥିବା ବିଭିନ୍ନ ପ୍ରକଳ୍ପ ବୁଲି ଦେଖିବା ସହ ପ୍ରକଳ୍ପ ସମ୍ପର୍କରେ ଆଲୋଚନା କରିଥିଲେ ଓ ଛାତ୍ରଛାତ୍ରୀ ଙ୍କ ରୁଚି ନେଇ ପ୍ରସଂଶା କରିଥିଲେ। ପରେ ପ୍ରଦର୍ଶିତ ବିଜ୍ଞାନ ପ୍ରକଳ୍ପ ରେ କୃତି ଛାତ୍ରଛାତ୍ରୀ ଙ୍କୁ ମାନପତ୍ର ପ୍ରଦାନ କରିଥିଲେ।ଏହି କାର୍ଯ୍ୟକ୍ରମ କୁ ଓଏଭି ବିଦ୍ୟାଳୟ ର ଶିକ୍ଷକ ଶିକ୍ଷୟିତ୍ରୀ କର୍ମଚାରୀ ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ