ଅଘୋଷିତ ବିଦ୍ୟୁତ କାଟ୍‌‌; ଶକ୍ତିମନ୍ତ୍ରୀଙ୍କ ଘର ଆଗରେ ଛାତ୍ର କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ


ଭୁବନେଶ୍ବର: ରାଜ୍ୟରେ ଘନ ଘନ ବିଦ୍ୟୁତ କାଟ ଯୋଗୁ ଅସ୍ତବ୍ୟସ୍ତ ଜନଜୀବନ। ଆଜି ଏହି ବିଦ୍ୟୁତ କାଟ ଲାଗି ଗୁରୁତ୍ବପୂର୍ଣ୍ଣ ବୈଠକ ଡକାଇଛନ୍ତି। ତେବେ ଏହାକୁ ନେଇ ଏବେ ଜନ ଅସନ୍ତୋଷ ଦେଖିବାକୁ ମିଳିଛି। ଏହାକୁ ନେଇ ଶକ୍ତିମନ୍ତ୍ରୀଙ୍କୁ ଘେରିଛନ୍ତି ଛାତ୍ର କଂଗ୍ରେସ।ପାୱାରକଟ ଯୋଗୁ ଶକ୍ତିମନ୍ତ୍ରୀଙ୍କ ଘର ଆଗରେ ଛାତ୍ର କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି । ଅଘୋଷିତ ବିଦ୍ୟୁତକାଟକୁ ବିରୋଧ କରି ହାତରେ ବିଂଚଣା ଓ ଲଣ୍ଠନ ଧରି ବିକ୍ଷୋଭ କରୁଛି ଛାତ୍ର କଂଗ୍ରେସ ।

ଅସହ୍ୟ ଗରମ ଓ ଗୁଳୁଗୁଳିରେ କଲବଲ ହେଉଛନ୍ତି ରାଜ୍ୟବାସୀ। ଏପଟେ ଅଘୋଷିତ ବିଦ୍ୟୁତ କାଟ ଲୋକଙ୍କ ଚିନ୍ତା ବଢାଇଦେଇଛି। ଅନ୍ୟପଟେ ରାଜ୍ୟରେ ବିଦ୍ୟୁତ୍‌ କାଟ ହେଉଥିବା ମାନୁ ନାହାନ୍ତି ଶକ୍ତିମନ୍ତ୍ରୀ। ଏହା ପାୱାର କଟ ନୁହେଁ ବରଂ ଏହା ପାୱାର ଟ୍ରିପ ବୋଲି କହିଛନ୍ତି ଶକ୍ତିମନ୍ତ୍ରୀ।

ଗଞ୍ଜେଇ ଚ଼ଢ଼ାଉ କରିବାକୁ ଯାଇ ମାଡ଼ ଖାଇଲେ ୨୬ ପୁଲିସ୍ ଘଟଣା ସ୍ଥଳରୁ କୋଟି କୋଟି ଟଙ୍କାର ଗଞ୍ଜେଇ ଜବତ ।ପାରଳାଖେମୁଣ୍ଡି:୨୩/୩(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ପୀଡ଼ିମାରୀ ଗ୍ରାମରେ ଶୁକ୍ରବାର ୨୦ କ୍ଵିଣ୍ଟାଲ ଗଞ୍ଜେଇ ଜବତ ଓ ୮ଜଣ ବ୍ୟବସାୟୀଙ୍କୁ ଗିରଫ କରି ପୁଲିସ ମୋହନା ଫେରୁଥିବା ବେଳେ ଗ୍ରାମଠାରୁ କିଛି ଦୂରତାରେ ଗ୍ରାମବାସୀଙ୍କ ସଂଘବଦ୍ଧ ଆକ୍ରମଣରେ ଜଣେ ଡ଼ିଏସପି, ଜଣେ ଥାନା ଅଧିକାରୀ ଓ ପୁଲିସ୍ କର୍ମଚାରୀ ଆହତ ହୋଇଥିଲେ।ଆଜି ଗଜପତି ଏସପି ଯତୀନ୍ଦ୍ର ପଣ୍ଡାଙ୍କ ନେତୃତ୍ଵରେ ରା.ଉଦୟଗିରି ଏସଡ଼ିପିଓ ଅମିତାଭ ପଣ୍ଡାଙ୍କ ସମେତ ମୋହନା , ଅଡ଼ବାପାରଳାଖେମୁଣ୍ଡି,ରା.ଉଦୟଗିରି, ରାୟଗଡ଼,କାଶୀନଗର,ରାମଗିରି,ସେରଙ୍ଗ ଆଦି ଥାନା ଗୁଡ଼ିକର ଅଧିକାରୀ, କର୍ମଚାରୀ ଓ ୧୦ ପ୍ଲାଟୁନ  ପୁଲିସ ଫୋର୍ସ ସଦଳବଳେ ଆଜି ପୀଡ଼ିମାରୀ ଗ୍ରାମରେ ପହଞ୍ଚି ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛନ୍ତିି। ଏହା ସହ ପୁଲିସ ଗାଡ଼ି ଭଙ୍ଗାରୁଜା,ଆକ୍ରମଣରେ ସଂପୃକ୍ତ ୩ ଜଣ ଓ ଗଞ୍ଜେଇ ବ୍ୟବସାୟୀ ୨ ଜଣଙ୍କୁ ଗିରଫ କରିଛନ୍ତି। ବଡ଼ ବଡ଼ ଟିଣ ବାକ୍ସରେ ଲୁଚାଇ ରଖାଯାଇଥିବା ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ କୋଟି କୋଟି ଟଙ୍କା ହେବ ବୋଲି ପୁଲିସ ସୂଚନା ଦେଇଛି। ଆଉ ଯେଉଁମାନେ ଏଥିରେ ସଂଶ୍ଳିଷ୍ଟ ଅଛନ୍ତି ସମସ୍ତଙ୍କୁ ଖୁବ୍ ଶୀଘ୍ର ଧରାଯାଇ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସପି ଶ୍ରୀ ପଣ୍ଡା କହିଛନ୍ତି।