Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଉଲୁଣ୍ଡା ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ; 52 ଗୋଟି ବିଭିନ୍ନ ଅଭିଯୋଗ ର ଦରଖାସ୍ତ ଗ୍ରହଣ

ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡ ଉଲୁଣ୍ଡା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ 52 ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ 32 ଗୋଟି ଗ୍ରହଣ କରାଯାଇଥିବା ବେଳେ 20 ଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି l

11ଗୋଟି ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ମୁଖ୍ୟମନ୍ତ୍ରୀ ସହାୟତା କୋଷ ରୁ ସହାୟତା ପାଇଁ 02 ଗୋଟି ଦରଖାସ୍ତ ଗ୍ରହଣ କରାଯାଇଛି I ଶିବିରରେ କଳାପଥର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଜାମଭାଲୁ ପାଲି ଗ୍ରାମର ଭିନ୍ନକ୍ଷମ ଗୌତମ ରଣା ଙ୍କୁ ବ୍ଲକ ସାମାଜିକ ସୁରକ୍ଷା ବିଭାଗ ତରଫରୁ ହୁଇଲ ଚେୟାର ପ୍ରଦାନ କରାଯାଇଥିଲା l ବିଡିଓ, ଉଲୁଣ୍ଡା କରିଶ୍ମା ବେଶ୍ରା ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଆଜିର ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ନିହାର ରଞ୍ଜନ କଁହର, ଅଧିକ୍ଷଣ ଯନ୍ତ୍ରୀ ଆର ଡବ୍ଲୁ ଏସ ଏସ ଇଂ ବିଭୁ ପ୍ରସାଦ ପଣ୍ଡା, ଉପଜିଲ୍ଲାପାଳ ବୀରମହାରାଜପୁର ଅଶୋକ କୁମାର ଭୋଇ, ବୀରମହାରାଜପୁର ଏସ୍ ଡି ପି ଓ ଡ଼ୋଲାମଣୀ ଭୋଇ, ଜିଲ୍ଳା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଏଡିଏମ ଓ ଡାକ୍ତର ଦୈତ୍ୟ ନାରାୟଣ ପାଢ଼ୀ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ,ଜିଲ୍ଳା ଶ୍ରମ ଅଧିକାରୀ ଡିଲେଶ୍ୱର ଖାକା, ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଉଲୁଣ୍ଡା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶାନ୍ତିଲତା ମିଶ୍ର, ତହସିଲଦାର ଉଲୁଣ୍ଡା ଦିଲ୍ଲିପ ମାଝି, ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l