Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଓଡ଼ିଶାରେ ୩୦୩ ଜଣଙ୍କୁ ନିଯୁକ୍ତିପତ୍ର ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: ଆଜି ୭୦ ହଜାର ଯୁବବର୍ଗଙ୍କୁ ନିଯୁକ୍ତି ପତ୍ର ଦେଇଛନ୍ତି ‌ପ୍ରଧାନମନ୍ତ୍ରୀ। ଦେଶ ସାରା ୪୩ଟି ସ୍ଥାନରେ ଦ୍ଵାରା ଆୟୋଜିତ ହୋଇଛି ରୋଜଗାର ମେଳା । ଭିଡିଓ କନଫରନେସିଂ ଜରିଆରେ ପ୍ରଧାନମନ୍ତ୍ରୀ ନିଯୁକ୍ତିପତ୍ର ବାଣ୍ଟିଛନ୍ତି। ଓଡ଼ିଶାରୁ ମଧ୍ୟ ୩୦୩ ନବନିଯୁକ୍ତଙ୍କୁ ମିଳିଛି ନିଯୁକ୍ତି ପତ୍ର। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ୩୦୩ ଜଣ ନବ ନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ।

ଭୁବନେଶ୍ୱର ରେଳ ଅଡିଟୋରିୟମରେ ଆୟୋଜିତ ହୋଇଛି ରୋଜଗାର ମେଳା । ଆର୍ଥିକ ସେବା ବିଭାଗ, ଡାକ ବିଭାଗ, ବିଦ୍ୟାଳୟ ଶିକ୍ଷା ବିଭାଗ, ଉଚ୍ଚଶିକ୍ଷା ବିଭାଗ, ପ୍ରତିରକ୍ଷା ମନ୍ତ୍ରଣାଳୟ, ରାଜସ୍ୱ ବିଭାଗ, ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ, ପରମାଣୁ ଶକ୍ତି ବିଭାଗ, ରେଳ ମନ୍ତ୍ରଣାଳୟ, ଅଡିଟ୍ ଏବଂ ଆକାଉଣ୍ଟସ୍ ବିଭାଗ ଏବଂ ଗୃହ ମନ୍ତ୍ରଣାଳୟ ଇତ୍ୟାଦି ସମେତ ବିଭିନ୍ନ ବିଭାଗରେ ସରକାରୀ ସ୍ତରରେ ନିଯୁକ୍ତି ଦିଆଯାଉଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ