Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

୧୯ରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ; ୨୦ରେ ରଥାରୁଢ ହେବେ ଶ୍ରୀଜିଉ

ପୁରୀ: ଆସନ୍ତା ୨୦ ତାରିଖରେ ବିଶ୍ବପ୍ରସିଦ୍ଧ ରଥଯାତ୍ରା। ଉତ୍ସବମୂଖର ଶ୍ରୀକ୍ଷେତ୍ର। ବଡଦାଣ୍ଡରେ ଭକ୍ତଙ୍କୁ ଦର୍ଶନ ଦେବେ କଳା ସାଆନ୍ତ। ୧୯ରେ ହେବ ମହାପ୍ରଭୁଙ୍କ ନବଯୌବନ ଦର୍ଶନ । ସକାଳ ୮ଟାରୁ ଆରମ୍ଭ ହେବ ଏହି ଭବ୍ୟ ଦର୍ଶନ । ସକାଳ ୮ଟାରୁ ୯ଟା ଯାଏଁ ଟିକେଟଧାରୀ ମହାପ୍ରଭୁଙ୍କ ନବଯୌବନ ଦର୍ଶନ କରିପାରିବେ । ଏହି ଟିକେଟର ଦାମ ରହିଛି ୧୦୦ ଟଙ୍କା। ସେହିଭଳି ସକାଳ ୯ଟାରୁ ୧୧ଟା ଯାଏଁ ସାହାଣମେଲା ଦର୍ଶନ କରିପାରିବେ ଭକ୍ତ । ୨ ଘଣ୍ଟା ଧରି ଶ୍ରୀଜିଉଙ୍କ ସାହାଣ ମେଲା ଦର୍ଶନ ହେବ। ଦିନ ୧୧ଟା ପରେ ସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପକ୍ଷରୁ ସୂଚନା ଦିଆଯାଇଛି ।

ନବଯୌବନ ଦର୍ଶନର ପରଦିନ ଶ୍ରୀଜିଉ ରଥରେ ବିଜେ କରିବେ। ଏଥିପାଇଁ ନୀତି ନିର୍ଘଣ୍ଟ ହୋଇଛି। ବଡଦାଣ୍ଡରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହେବ। ଭିଡକୁ ଦୃଷ୍ଟିରେ ରଖି ବ୍ୟାପକ ବ୍ୟବସ୍ଥା ମଧ୍ୟ କରାଯାଇଛି। ଏଥର ରଥଯାତ୍ରା ପାଇଁ ୧୬୦ ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ କରାଯାଇଛି।

ଏହାସହିତ ମହାପ୍ରଭୁଙ୍କ ନୀତି ଠିକ ସମୟରେ ପାଳନ ସହ ପୁରୀକୁ ଆସୁଥିବା ଭକ୍ତମାନଙ୍କ ସୁରକ୍ଷା ଓ ଅନ୍ୟାନ୍ୟ ସୁବିଧା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବା ଦରକାର। ଏପରିକି ଦେଶ ବିଦେଶରୁ ଆସୁଥିବା ଭକ୍ତମାନେ ଯେପରି ଭଲ ଅନୁଭୂତି ନେଇ ଫେରିବେ ସେଥିପ୍ରତି ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।