Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜି ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ଘଣା ଏବଂ ଖଳି ପ୍ରସାଦ ଲାଗି ନୀତି

ପୁରୀ: ଦଶମୂଳ ମହୌଷଧୀ ଲାଗି ପରେ ସୁସ୍ଥ ହେଉଛନ୍ତି ମହାପ୍ରଭୁ। ଆଜି ଅଣସରର ତ୍ରୟୋଦଶୀ ତିଥି। ଆଜି ମହାପ୍ରଭୁଙ୍କ  ଘଣା ଏବଂ ଖଳି ପ୍ରସାଦ ଲାଗି ନୀତି କରାଯିବ। ଅଣସର ଗୃହରେ ଅତ୍ୟନ୍ତ ଗୋପନୀୟ ଭାବେ ହେବ ଏହି ନୀତି। ଶ୍ରୀଜିଉଙ୍କୁ ଘଣା ଲାଗି କରାଯିବା ପରେ ଖଳି ଲାଗି ହେବ ତା ପରେ ଖଡ଼ି ଲାଗି ମଧ୍ୟ କରାଯିବ।  ଏଥିପାଇଁ ଗତକାଲିଠାରୁ ସୁନା କୂଅରୁ ତିନି ଗରା ଜଳ ସୁଦ୍ଧସୁଆରଙ୍କ ଘରେ ବିଜେ ହେବା ପରେ ଦିବ୍ୟ ପ୍ରଲେପ ଖଳି ପ୍ରସ୍ତୁତ କରାଯାଇଛି ।

ଶୁଦ୍ଧ ସୁଆରଙ୍କ ଘର ଠାରୁ ଘଣ୍ଟ, ଛତା, କାହାଳି ସହ ଦିବ୍ୟ ପ୍ରଲେପ ଖଳିପ୍ରସାଦ ଶ୍ରୀମନ୍ଦିରକୁ ବିଜେ କରାଯିବ। ଏହାପରେ ଏହି ଦିବ୍ୟ ପ୍ରଲେପକୁ ରୂପା ପିଂଗଣରେ ରଖି ଦଇତାପତି ସେବକ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି କରିବେ। ତେବେ ଖଳି ଲାଗି ପୂର୍ବରୁ ପ୍ରଭୁଙ୍କ ଘଣା ଲାଗି ଗୋପନ ନୀତି ସଂପନ୍ନ ହେବ।

୧୯ରେ ହେବ ମହାପ୍ରଭୁଙ୍କ ନବଯୌବନ ଦର୍ଶନ। ୨୦ରେ ରଥାରୁଢ ହେବେ ତିିିନିଠାକୁର। ଆସନ୍ତା ୨୦ରେ ବିଶ୍ବପ୍ରସିଦ୍ଧ ରଥଯାତ୍ରା। ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ଏକାଠି ହେବେ ଭକ୍ତ ଓ ଭଗବାନ। ଏଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ