Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କଲବଲ କରୁଛି ତାତି; ଦିନ ୧୧ଟା ୩୦ ସୁଦ୍ଧା ଭୁବନେଶ୍ୱର ତାପମାତ୍ରା ୪୧ ଡିଗ୍ରୀ ଟପିଲା

ଭୁବନେଶ୍ବର: ଅସହ୍ୟ ଖରାରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ସେପଟେ ଜଳୁଛି ପଶ୍ଚିମ ଓଡ଼ିଶା। ଉପକୂଳ ବି ତାତୁଛି। ଦିନ ୧୧ଟା ୩୦ ସୁଦ୍ଧା ୪ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ଝାରସୁଗୁଡ଼ାରେ ସର୍ବାଧିକ ତାପମାତ୍ରା ରେକର୍ଡ କରାଯାଇଛି । ଝାରସୁଗୁଡ଼ାରେ ତାପମାତ୍ରା ୪୩.୪ ଡିଗ୍ରୀ ଥିବା ବେଳେ ସମ୍ବଲପୁରର ୪୨.୪ ଡିଗ୍ରୀ, ଜ୪୧.୨ ଡିଗ୍ରୀ ରେକର୍ଡ କରାଯାଇଛି । ଏହାକୁ ଦୃଷ୍ଟିରେ ରଖି ଓ୍ବାର୍ଣ୍ଣିଂ ଜାରି ପାଣିପାଗ ବିଭାଗ। ଆଗାମୀ ୩ ଦିନ ପର୍ଯ୍ୟନ୍ତ ତାତି ଆହୁରି ବଢିବ ବୋଲି କହିଛି ପାଣିପାଗ ବିଭାଗ।

ଏହି ସମୟରେ ଛୋଟ ପିଲା, ବୟସ୍କ ଓ ରୋଗୀ ଘରୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି । ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ୧୮ ତାରିଖ ଯାଏଁ ରାଜ୍ୟରେ ଭୀଷଣ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ । ଏହି ସମୟରେ କିଛି କିଛି ଜିଲ୍ଲାରେ ତାପମାତ୍ରା ସ୍ୱାଭାବିକ ତୁଳନାରେ ୬ରୁ ୭ ଡିଗ୍ରୀ ଅଧିକ ରେକର୍ଡ ହେବା ସମ୍ଭାବନା ରହିଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ