Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପବିତ୍ର ରଥଯାତ୍ରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ପବିତ୍ର ରଥଯାତ୍ରା ଉପଲକ୍ଷେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଅନ୍ୟ ନେତାମାନେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ରାଷ୍ଟ୍ରପତି ଟୁଇଟ୍ କରି କହିଛନ୍ତି ଯେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଉପଲକ୍ଷେ ମୁଁ ସମସ୍ତ ଦେଶବାସୀଙ୍କୁ, ବିଶେଷ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତମାନଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ଯେ ଭକ୍ତି ଓ ସମର୍ପଣର ଏ ମହାପର୍ବ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଆଣିଦେଉ।

ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ପବିତ୍ର ରଥଯାତ୍ରା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ଟୁଇଟ କରି କହିଛନ୍ତି ଯେ ମହାପ୍ରଭୁଙ୍କ ଆଶୀର୍ବାଦ ଓ ଆପଣମାନଙ୍କ ସହଯୋଗରେ ବିକାଶର ନନ୍ଦିଘୋଷ ନୂଆ ଓଡ଼ିଶାର ପଥକୁ ସୁଗମ କରୁ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ