Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ତାତିରୁ ମିଳିବ ମୁକ୍ତି; ଆଜିଠୁ ରାଜ୍ୟରେ ମୌସୁମୀ ବର୍ଷା ସମ୍ଭାବନା

ଭୁବନେଶ୍ବର: ଅସହ୍ୟ ତାତି ଓ ଗୁଳୁଗୁଳିରୁ ମିଳିବ ତ୍ରାହି। କାରଣ ଆଜିଠୁ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ। ଭିିିଜିବ ଓଡ଼ିଶା। ଆଜିଠୁ ରାଜ୍ୟର କେତେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ତେବେ ଆସନ୍ତାକାଲିଠୁ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

ଏବେ ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା କମ ରହିଛି। ଓଡ଼ିଶାରେ ମୌସୁମୀ ବାୟୁ ସକ୍ରିୟ ହେବାକୁ ଅନୁକୁଳ ବାତାବରଣ ରହିଛି । ଆଜି ଦକ୍ଷିଣ ଓଡ଼ିଶାର କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଏବଂ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲିଠୁ ଉପକୂଳ ଜିଲ୍ଲା ସମେତ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ