Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଗାମୀ ୩ଘଣ୍ଟାରେ ୧୧ଜିଲ୍ଲାରେ ପ୍ରବଳ ବର୍ଷିବ; ଆଲର୍ଟ ଜାରି

 

ଭୁବନେଶ୍ବର: ରାଜ୍ୟରେ ଆରମ୍ଭ ହୋଇଛି ପ୍ରାକ୍ ମୌସୁମୀ ବର୍ଷା । ଆଗାମୀ ୩ଘଣ୍ଟା ଭିତରେ ୧୧ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଏ ନେଇ ୧୧ଟି ଜିଲ୍ଲାକୁ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଜାରି ରହିଛି। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ବର୍ଷୁଛି।

ଭଦ୍ରକ, ରାୟଗଡା, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି ।

ସେପଟେ, ୨୩ ତାରିଖ ସୁଦ୍ଧା ଓଡ଼ିଶାରେ ମୌସୁମୀ ବାୟୁ ପ୍ରବେଶ କରିବା ସହ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ