ରାଜ୍ୟସ୍ତରୀୟ ଆହାର କମିଟିକୁ ୨୦ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ବର: ରାଜ୍ୟସ୍ତରୀୟ ଆହାର କମିଟିକୁ ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅର୍ଥ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ମଞ୍ଜୁର କରାଯାଇଛି। ଏହା ଏକ ଅତ୍ୟନ୍ତ ଲୋକପ୍ରିୟ କାର୍ଯ୍ୟକ୍ରମ । ଏହାଦ୍ବାରା ଅନେକ ଲୋକ ଉପକୃତ ହୋଇପାରୁଛନ୍ତି। ସହର ମାନଙ୍କରେ ହସ୍‌ପିଟାଲ, ବସଷ୍ଟାଣ୍ଡ ଏବଂ ଅନ୍ୟାନ୍ୟ ଗହଳି ସ୍ଥାନରେ ଜରୁରୀ କାର୍ଯ୍ୟ ପାଇଁ ଯାଇଥିବା ଗରିବ ଲୋକମାନେ ଏହାଦ୍ବାରା ଉପକୃତ ହେଉଛନ୍ତି। ମାତ୍ର ୫ ଟଙ୍କାରେ ସୁଷମ ଓ ସ୍ଵାସ୍ଥ୍ୟପ୍ରଦ ଆହାର ପାଇପାରୁଛନ୍ତି ।

ସୂଚନାଥାଉ କି ଯେ ୨୦୧୫-୧୬ରୁ ୨୦୨୧-୨୨ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଆହାର କାର୍ଯ୍ୟକ୍ରମ ପାଇଁ ୨୨୮.୭୬ କୋଟି ଟଙ୍କା ମଞ୍ଜୁର କରାଯାଇଛି ।