Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

୭ ଦିନ ଯାଏ ବର୍ଷିବ; ୧୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଅସହ୍ୟ ତାତିରୁ ମିଳିଛି ତ୍ରାହି। ଶେଷରେ ଓଡ଼ିଶା ଛୁଇଁଛି ମୌସୁମୀ ବାୟୁ। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆଉ ମାତ୍ର ୨ ଦିନ ମଧ୍ୟରେ ମୌସୁମୀ ବାୟୁ ସାରା ଓଡ଼ିଶାକୁ ଛୁଇଁବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଏହି ସମୟରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହାସହ ୪ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ତେବେ ଆସନ୍ତା ୭ ଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ମାଲକାନଗିରି, କୋରାପୁଟ, ଗଜପତି ଜିଲ୍ଲା ଦେଇ ରାଜ୍ୟକୁ ପ୍ରବେଶ କରିଛି ମୌସୁମୀ ବାୟୁ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ