୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା


ଭୁବନେଶ୍ବର: ଓଡ଼ିଶାରେ ପ୍ରବେଶ କରିସାରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୧.୩ ମିମି ବର୍ଷା ରେକର୍ଡ କରାଯାଇଛି।

ପାଣିପାଗ ବିଭାଗର ଆକଳନ ଅନୁସାରେ, ରାଜ୍ୟରେ ୨୭ ତାରିଖ ଯାଏ ବର୍ଷା ଲାଗି ରହିବ । ୨୫ ଓ ୨୬ ତାରିଖରେ ବର୍ଷାର ପରିମାଣ ବଢ଼ିବା ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅନେକ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।

୨୪ ଘଣ୍ଟାରେ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ନୟାଗଡ଼, ବୌଦ୍ଧ, କନ୍ଧମାଳ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା କହିଛି ପାଣିପାଗ ବିଭାଗ।