Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସୁବର୍ଣ୍ଣପୁର ଜିଲ୍ଲାରେ ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକ, ପିଚୁ ରାସ୍ତା ଉପରେ ଲୁହାଚକ ଟ୍ରାକ୍ଟର ଚାଳନା ଉପରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦେଶ ା

ସୁବର୍ଣ୍ଣପୁର- ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀଯୁକ୍ତ ବିମଳେନ୍ଦୁ ରାୟ ଙ୍କ ଅଧ୍ୟକ୍ଷତା ରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲା ଆଞ୍ଚଳିକ ପରିବହନ ବିଭାଗ ଦ୍ୱାରା ଆହୁତ ଏହି ବୈଠକ ରେ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା , ଜିଲ୍ଳା ପରିବହନ ଅଧିକାରୀ ଶ୍ରୀ ଅକ୍ଷୟ କୁମାର ଜେନା, ଅତିରିକ୍ତ ଜିଲ୍ଳା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ଃ ରମେଶ ଚନ୍ଦ୍ର ସ୍ୱାଇଁ ,ଏସ ଇ ପି ଡବ୍ଲୁ ଡି ଇଂ ଦାମୋଦର କୈବର୍ତ୍ତ , ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ , ଜାତୀୟ ରାଜପଥ ଅଧିକାରୀ ବିମଳ ମହାପାତ୍ର, ଜିଲ୍ଲା ଘରୋଇ ବସ ମାଲିକ ସଂଘ ପ୍ରତିନିଧି ପୁରୁଷୋତ୍ତମ ପାଣିଗ୍ରାହୀ , ରେଆର ପ୍ରତିନିଧି ଅଞ୍ଜଳି ନେଗୀ,ସାମ୍ବାଦିକ ସ୍ୱାଧୀନ ମେହେର, ମୃତ୍ୟୁଞ୍ଜୟ ଶତପଥୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ବିନୀ କୁମାର ଭୋଇ, ଜୁନିଅର ଏମ ଭି ଆଇ ଲୋକନାଥ ନାୟକ,ବିଭାଗୀୟ ଅଧିକାରୀ, କମିଟି ସଦସ୍ୟ ସଦସ୍ୟା ପ୍ରମୁଖ ଯୋଗ ଦେଇ ଜିଲ୍ଲାରେ ସଡ଼କ ଦୁର୍ଘଟଣା ଜନିତ ମୃତ୍ୟୁ କୁ ହ୍ରାସ କରିବା ଉପରେ ଆଲୋଚନା କରିଥିଲେ l ଏହି ପରିପ୍ରେକ୍ଷୀରେ ରାସ୍ତା ଗୁଡିକର ଭିତ୍ତି ଭୂମିକୁ ବ୍ୟବସ୍ଥିତ କରିବା ଉପରେ ଗୁରୁତ୍ୱାରୋପ କରି ଜିଲ୍ଲl ଅନ୍ତର୍ଗତ ରାଜ୍ୟ ରାଜପଥ ତଥା ଜାତୀୟ ରାଜପଥ ରେ ଥିବା ବୁଲାଣୀ ଓ ଦୁର୍ଘଟଣା ପ୍ରବଣ ସ୍ଥାନ, ରାସ୍ତା ସଂଲଗ୍ନ ସ୍କୁଲ, ଚି଼ହ୍ନଟ ଦୁର୍ଘଟଣା ପ୍ରବଣ ରାସ୍ତା, ବ୍ଲାକ ସ୍ପଟ ପ୍ରଭୁତି ସମ୍ବେଦନଶୀଳ ସ୍ଥାନ, ଅଞ୍ଚଳ ରେ ବିଶେଷ ସୂଚନା ଫଳକ ସହ ଆଲୋକୀକରଣ ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ସହ ପିଚୁ ରାସ୍ତା ଉପରେ ଲୁହାଚକ ଟ୍ରାକ୍ଟର ଚାଳନା ଉପରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନେବାକୁ ସମ୍ପୃକ୍ତ ଅଧିକାରୀ ଙ୍କୁ ଜିଲ୍ଲାପାଳ ତଥା ଅଧ୍ୟକ୍ଷ ପରାମର୍ଶ ଦେଇଛନ୍ତି l ବିଦ୍ୟାଳୟ ମାନଙ୍କରେ ଛାତ୍ର ଛାତ୍ରୀ ମାନଙ୍କ ପାଇଁ ବ୍ୟବହୃତ ହେଉଥିବା ସମସ୍ତ ଯାନବାହାନ ଗୁଡିକ ମୋଟର ଯାନ ଆଇନ ମୁତାବକ ବ୍ୟବସ୍ଥିତ, ନାବାଳକ ଛାତ୍ର ଛାତ୍ରୀ ଙ୍କ ଗାଡିଚାଳନା ଉପରେ ଆବଶ୍ୟକ ଦୃଷ୍ଟି ଦେବାକୁ ବୈଠକରେ ଆଲୋଚନା ହୋଇଥିଲା l ନାବାଳକ ଛାତ୍ର ଛାତ୍ରୀ ଗାଡି ଚାଳନା କୁ ଅଭିଭାବକ ସହ ସ୍କୁଲ କର୍ତ୍ତୃପକ୍ଷ ବିଶେଷ ଧ୍ୟାନ ଦେବାକୁ ପରାମର୍ଶ ଦିଆଯାଇଛି l ଜିଲ୍ଲା ଶିକ୍ଷା ଅଧିକାରୀ ଏଥି ନିମନ୍ତେ ସ୍କୁଲ ଓ ମହାବିଦ୍ୟାଳୟ ଗୁଡିକରେ ଆବଶ୍ୟକ ସଚେତନତା କରିବା ଉପରେ ଗୁରୁତ୍ୱାରୋପ କରାଯାଇଛି l ସହରାଞ୍ଚଳ ଓ ବ୍ୟସ୍ତ ବହୁଳ ଗାଡି ଚଳାଚଳ ରାସ୍ତା ଉପରେ ବିଶେଷ ଧ୍ୟାନ ଦେଇ ଆବଶ୍ୟକ ସି ସି ଟି ଭି ଲଗାଇ ବେନିୟମ ଓ ଅବ୍ୟବସ୍ଥିତ ଗାଡି ଚାଳକଙ୍କୁ ଚି଼ହ୍ନଟ ସହ ଜୋରିମାନା କରିବା ଉପରେ ଆଲୋଚନା କରାଯାଇଛି l ଗ୍ରାମୀଣ ରାସ୍ତାରୁ ଜାତୀୟ ରାଜପଥ କୁ ସଂଯୋଗ କରୁଥିବା ରାସ୍ତା ରେ ସୂଚନା ଫଳକ ଓ ସ୍ପିଡ଼ ବ୍ରେକର ଲଗାଇବାକୁ ଜିଲ୍ଲାପାଳ ଶ୍ରୀ ରାୟ ସମ୍ପୃକ୍ତ ଏନ ଏଚ, ପୀଡବ୍ଲୁଡି ଓ ଆର ଡି ବିଭାଗ ଅଧିକାରୀ ଙ୍କୁ ପରାମର୍ଶ ଦେଇଛନ୍ତି l ଏତଦ ବ୍ୟତୀତ ଜିଲ୍ଲାର ସଡ଼କ ଦୁର୍ଘଟଣା ସହ ଦୁର୍ଘଟଣା ଜନିତ ମୃତ୍ୟୁ କୁ ହ୍ରାସ କରିବା ନିମନ୍ତେ ଆବଶ୍ୟକ ଜନ ସଚେତନତା ତଥା ପୋଲିସ ପ୍ରଶାସନ ସହ ମିଳିତ ଭାବେ ଜୋରଦାର ଚଢ଼ାଉ ଉପରେ ଗୁରୁତ୍ଵାରୋପ କରିଛନ୍ତି ଜିଲ୍ଲାପାଳ ଶ୍ରୀଯୁକ୍ତ ରାୟ l ଚଳିତ ବର୍ଷ ଜାନୁଆରୀ ମାସ ଠାରୁ ମେ ମାସ ପର୍ଯ୍ୟନ୍ତ ବିନା ହେଲମେଟ ଗାଡିଚାଳନା ରେ ୨୭୮୮ ଜଣ, ଦ୍ରୁତ ଗତି ଗାଡି ଚାଳନା ନିମନ୍ତେ ୨୧୦୩, ବିନା ସିଟ ବେଲ୍ଟ ଗାଡି ଚାଳନାରେ ରେ ୭୨, ମୋବାଇଲ ଫୋନ ବ୍ୟବହାର ସହ ଗାଡି ଚାଳନାରେ ୨୧୬, ମାଲ ବୁହା ଗାଡ଼ିରେ ଯାତ୍ରୀ ପରିବହନ ସକାଶେ ୭୫, ଏବଂ ମଦ୍ୟପ ଗାଡିଚାଳନାରେ ୧୨୬ ଜଣ ଙ୍କୁ ଧରାଯାଇଥିବା ବେଳେ ୧୦୯୩ ଜଣଙ୍କ ଗାଡି ଚାଳନା ପଞ୍ଜିକରଣ କୁ ବାତିଲ କରାଯାଇ ଥିବା ପରିବହନ ଅଧିକାରୀ ସୂଚନା ଦେଇଛନ୍ତି l ସେହିପରି ୨୦୨୩ ବର୍ଷ ଉପରୋକ୍ତ ସମୟ ସୁଦ୍ଧା ସମୁଦାୟ ୪୫ଟି ସଡ଼କ ଦୁର୍ଘଟଣା ଘଟି ୩୧ଜଣଙ୍କ ଅକାଳ ବିୟୋଗ ହୋଇଥିବା ସୂଚୀତ କରିଛନ୍ତି l ଜିଲ୍ଲପାଳ ଏହି ଅବସରରେ ସମସ୍ତ ଜିଲ୍ଲାବାସୀଙ୍କୁ ସଡ଼କ ସୁରକ୍ଷା ର ସମସ୍ତ ନିୟମ କୁ ପାଳନ କରିବା ସହିତ ଜିଲ୍ଲାରୁ ଦୁର୍ଘଟଣା ଜନିତ ମୃତ୍ୟୁ କୁ ହ୍ରାସ କରିବାରେ ସହାୟକ ହେବାକୁ ଅନୁରୋଧ କରିଛନ୍ତି l

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ