Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସୁଡ୍ରା ଅଞ୍ଚଳରେ ମାଓବାଦୀ ପୋଷ୍ଟର: ପୋଲିସର ଦମନ ଓ ମିଥ୍ୟା ଏନକାଉଣ୍ଟର ବିରୋଧରେ ରବିବାର ୪ ଜିଲାକୁ ୧୨ଘଣ୍ଟିଆ ବନ୍ଦ ଡାକରା

ବାଲିଗୁଡା : ପୁଣି ଥରେ କନ୍ଧମାଳ ଜିଲାରେ ଲାଗିଛି ମାଓ ପୋଷ୍ଟର। ବାଲିଗୁଡା ଥାନା ସୁଡ୍ରା ନିକଟ କାମ୍ବରିକିଆ ଛକଠାରେ କେକେବିଏନ ଡିଭିଜିନାଲ କମିଟି ସିପିଆଇ ମାଓବାଦୀ ତରଫରୁ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି। ପୋଲିସର ଦମନ ଓ ମିଥ୍ୟା ଏନକାଉଣ୍ଟର ବିରୋଧରେ ରବିବାର କନ୍ଧମାଳ, କଳାହାଣ୍ଡି, ବୌଦ୍ଧ ଓ ନୟାଗଡ଼ ଜିଲାକୁ ୧୨ ଘଣ୍ଟିଆ ବନ୍ଦ ଡାକରା ନେଇ ମାଓବାଦୀ ପୋଷ୍ଟରରେ ଉଲ୍ଲେଖ କରାଯାଇଛି। ତେବେ ଅଞ୍ଚଳରେ ମାଓବାଦୀଙ୍କ ଏଭଳି ପୋଷ୍ଟର ଦେଖିବା ପରେ ସ୍ଥାନୀୟ ଲୋକେ ଭୟଭୀତ ହୋଇଯାଇଥିବା ଜଣାପଡିଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ